ଦୁର୍ଘଟଣା ଯୋଗୁ ପ୍ରତିବର୍ଷ ୪ ଲକ୍ଷ କୋଟି କ୍ଷତି

ଭୁବନେଶ୍ୱର, ୯।୩(ବ୍ୟୁରୋ): ରାସ୍ତା ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରୋକିବା ନିମନ୍ତେ ସଡ଼କ ନିରାପତ୍ତା ନିୟମର କଡ଼ାକଡ଼ି ପ୍ରବର୍ତ୍ତନ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଏବଂ ଆର୍‌ଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏକ ଉଚ୍ଚସ୍ତରୀୟ ବଠୈକରେ ସଡ଼କ ନିରାପତ୍ତା ସ୍ଥିତି ସମୀକ୍ଷାକରି ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନ ସଭାଗୃହରେ ଆୟୋଜିତ ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ ସଡ଼କ ନିରାପତ୍ତା ସମ୍ବନ୍ଧିତ ସଦ୍ୟତମ ତଥ୍ୟ ଓ କାର୍ଯ୍ୟ ଯୋଜନା ଉପସ୍ଥାପନ କରିଥିଲେ। ଜିଲାପାଳ ଏବଂ ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସରେ ନିଜ ଜିଲାରେ ନିଆଯାଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। ଜାତୀୟସ୍ତରରେ ଦୁର୍ଘଟଣାଜନିତ ମୃତ୍ୟୁ ଯୋଗୁ ପ୍ରତିବର୍ଷ ଜିଡିପିର ପ୍ରାୟ ୩.୧୪ ଶତକଡ଼ା କ୍ଷତି ହେଉଛି; ଯାହା ପ୍ରାୟ ୪ ଲକ୍ଷ କୋଟି ଟଙ୍କା ସହ ସମାନ। ପ୍ରାଣ ହରାଉଥିବା ଲୋକଙ୍କ ମଧ୍ୟରୁ ପ୍ରାୟ ୭୬ ଶତକଡ଼ା ହେଉଛନ୍ତି ୧୮ରୁ ୪୫ ବର୍ଷ ବୟସ୍କ ଉତ୍ପାଦନକ୍ଷମ ବ୍ୟକ୍ତି। ଓଡ଼ିଶାରେ ସଡ଼କ ଦୁର୍ଘଟଣା ମୃତ୍ୟୁର ଶତକଡ଼ା ୪୧ ଭାଗ ହେଲ୍‌ମେଟ୍‌ ପିନ୍ଧି ନ ଥିବା ଯୋଗୁ ଘଟୁଛି। ଶତକଡ଼ା ୬୯ ଭାଗ ଦୁର୍ଘଟଣା ଦ୍ରୁତ ଗାଡିଚାଳନା ଯୋଗୁ ଘଟୁଛି। ୨୦୧୯ରେ ପ୍ରାୟ ୨୩୯୭ ଜଣ ୨ ଚକିଆ ଯାନ ଚାଳକ ହେଲ୍‌ମେଟ୍‌ ପିନ୍ଧି ନ ଥିବାରୁ ମସ୍ତିଷ୍କ ଆଘାତରେ ପ୍ରାଣ ହରାଇଛନ୍ତି। ୨୦୧୯ରେ ସମୁଦାୟ ୫୩୩୩ ବ୍ୟକ୍ତି ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ୨୦୨୦ରେ ଏହା ୧୧ ଶତକଡ଼ାରୁ ଅଧିକ ହ୍ରାସ ପାଇଥିଲା। ଏହି ସମସ୍ତ ତଥ୍ୟର ବିଚାରକରି ଦ୍ରୁତ ଗାଡ଼ିଚାଳନା, ହେଲ୍‌ମେଟ୍‌ ପିନ୍ଧିବା ଆଦି ନିୟମକୁ କଡ଼ାକଡ଼ି ଲାଗୁ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେବା ସହ ପ୍ରତିବର୍ଷ କ୍ରମାଗତ ଭାବେ ମୃତ୍ୟୁ ସଂଖ୍ୟା କମାଇବା ନିମନ୍ତେ ଜିଲାଓ୍ବାରି କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ଜାତୀୟ ରାଜପଥ, ପୋଲିସ, ପରିବହନ ଅଧିକାରୀଙ୍କ ସମେତ ସଡ଼କ ନିରାପତ୍ତାରେ ଆଗ୍ରହୀ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ଏବଂ ଅନ୍ୟାନ୍ୟ ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକର ସଂଯୋଗ ସ୍ଥାନ ଠିକ୍‌ ପୂର୍ବର ‘ରମ୍ବଲ’ର ସତର୍କ ସୂଚନା ଫଳକ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ଘଟଣା ଘଟିବା ସ୍ଥାନରେ ଜୀବନ ସହାୟକ ଆମ୍ବୁଲାନ୍ସ ପହଞ୍ଚିବା ସମୟକୁ କମାଇବା ଏବଂ ଆମ୍ବୁଲାନ୍ସଗୁଡ଼ିକର ରିଅଲ ଟାଇମ୍‌ ପରିଚାଳନାକୁ ଅଧିକ ଲକ୍ଷ୍ୟଭେଦୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ରାସ୍ତା ଦୁର୍ଘଟଣା, ଉଦ୍ଧାର ଏବଂ ଏକ ଘଣ୍ଟା ମଧ୍ୟରେ ନିକଟବର୍ତ୍ତୀ ହସ୍ପିଟାଲରେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କ ଚିକିତ୍ସା ଆଦି ବିଷୟକୁ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରଖିବା ପାଇଁ ନିଷ୍ପତ୍ତି ହୋଇଛି।
ଏହି ଅବସରରେ ମଧୁସୂଦନ ପାଢ଼ୀ କହିଛନ୍ତି, ୨୦୧୬ରେ ଜାତୀୟ ରାଜପଥ, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ ମୁଖ୍ୟ ରାସ୍ତା ଆଦିରେ ଚିହ୍ନଟ ହୋଇଥିବା ୨୮୬ଟି ଦୁର୍ଘଟଣାପ୍ରବଣ ସ୍ଥାନ(ବ୍ଲାକ୍‌ସ୍ପଟ୍‌)ର ଆଶୁ ସଂଶୋଧନ କାର୍ଯ୍ୟ ସରିଛି। ସେହିପରି ୨୦୧୭ରେ ଚିହ୍ନଟ ହୋଇଥିବା ୪୩୫ ଏବଂ ୨୦୧୮ରେ ଚିହ୍ନଟ ୨୭୫ଟି ବ୍ଲାକ୍‌ସ୍ପଟ୍‌ଗୁଡ଼ିକର ମଧ୍ୟ ଆଶୁ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୨୦୧୯ରେ ୩୩୫ଟି ବ୍ଲାକ୍‌ସ୍ପଟ୍‌ ଚିହ୍ନଟ ହୋଇଛି। ଉକ୍ତ ବ୍ଲାକ୍‌ସ୍ପଟ୍‌ଗୁଡ଼ିକର ମରାମତି କାର୍ଯ୍ୟ ତୁରନ୍ତ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ଲଗାତରଭାବେ ବ୍ଲାକ୍‌ସ୍ପଟ୍‌ ଚିହ୍ନଟ ଏବଂ ସେସବୁର ମରାମତି କାର୍ଯ୍ୟର ତଦାରଖ ଜିଲାସ୍ତରରେ କରିବା ସହ ଅଭିଯାନ ଭିତ୍ତିରେ ପ୍ରବର୍ତ୍ତନ ଏବଂ ସଚେତନତା କାର୍ଯ୍ୟକ୍ରମ ଚାଲୁରଖି ପ୍ରତିବର୍ଷ ଦୁର୍ଘଟଣା ହାର କମାଇବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri