୨୦୨୩ରେ ହ୍ରାସ ପାଇଛି ଦୁର୍ଘଟଣା

ଢେଙ୍କାନାଳ,୧୯ା୧(ରତନ ନାୟାର): ଢେଙ୍କାନାଳ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ମନୋରଞ୍ଜନ ମଲ୍ଲିକ ଅଧ୍ୟକ୍ଷତା କରିଥିଲେ। ଉପସ୍ଥିତ ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର କହିଥିଲେ, ୨୦୨୨ ତୁଳନାରେ ୨୦୨୩ ବର୍ଷ ଡିସେମ୍ବର ମାସ ଶେଷ ସୁଦ୍ଧା ଜିଲାରେ ସଡ଼କ ଦୁର୍ଘଟଣା ସହ ଦୁର୍ଘଟଣାଜନିତ ମୃତ୍ୟୁହାର କମିଛି। କିନ୍ତୁ ଆହତଙ୍କ ସଂଖ୍ୟା ବଢ଼ିଛି। ଏଥିସହ ୫୫ନଂ ଜାତୀୟ ରାଜପଥରେ ଅଧିକ ଦୁର୍ଘଟଣା ଘଟିଛି। ୨୦୨୧ ଜାନୁଆରୀରୁ ଡିସେମ୍ବର ମଧ୍ୟରେ ୩୬୭ ଦୁର୍ଘଟଣାରେ ୧୩୯ ଜଣଙ୍କ ମୃତ୍ୟୁ ହୋଇଥିଲା। ୩୬୮ ଜଣ ଆହତ ହୋଇଥିଲେ। ୨୦୨୨ରେ ୪୬୧ ଦୁର୍ଘଟଣାରେ ୨୦୫ ଜଣଙ୍କ ଜୀବନ ଯାଇଥିବା ବେଳେ ୩୩୮ ଜଣ ଆହତ ହୋଇଥିଲେ। ୨୦୨୩ ଜାନୁଆରୀରୁ ଡିସେମ୍ବର ସୁଦ୍ଧା ୪୦୫ଟି ଦୁର୍ଘଟଣା ଘଟି ୧୮୫ ଜଣଙ୍କ ମୃତ୍ୟୁ ହୋଇଛି। ୪୦୩ ଜଣ ଆହତ ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ଜିଲାର ଢେଙ୍କାନାଳରୁ ସପ୍ତଶଯ୍ୟା ଦେଇ ଶଙ୍କରପୁର ରାସ୍ତାରେ ପୂର୍ତ୍ତ ବିଭାଗ ପକ୍ଷରୁ ସୋଲାର ବ୍ଲିଙ୍କିସ୍‌ ତଥା ରେଡଲାଇଟ୍‌ ଜନଗହଳି ସ୍ଥାନମାନଙ୍କରେ ଲଗାଯାଇଛି। ଏଥିସହିତ ଉକ୍ତ ସ୍ଥାନଗୁଡ଼ିକରେ ଟ୍ରକ୍‌, କାର୍‌ ଓ ମୋଟର ବାଇକ୍‌ର ବେଗ କମାଇବା ସମ୍ପର୍କିତ ସାଇନେଜ ଲଗାଯାଇଥିବା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଜୟନ୍ତ ପ୍ରସାଦ ନାୟକ ସୂଚନା ଦେଇଥିଲେ। ସହରସ୍ଥିତ ରାମେଶ୍ୱରପୁର ଓଭରବ୍ରିଜ୍‌ ଶେଷରେ ଟ୍ରାଫିକ ବ୍ୟବସ୍ଥା କରିବା ପାଇଁ ଜିଲାପାଳ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ କହିଥିଲେ। ସେହିପରି କଟକରୁ ଅନୁଗୋଳ ମଧ୍ୟରେ ଜାତୀୟ ରାଜପଥ ଉନ୍ନତୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଜାରି ରହିଛି ଏବଂ ସୁରକ୍ଷା ସୂଚନା ଫଳକ ଲଗାଯାଇଥିବା ଜାତୀୟ ରାଜପଥ ପ୍ରାଧିକରଣ ଅଧିକାରୀ ଅର୍ପିତ ମାଲବ ସୂଚନା ଦେଇଥିଲେ। ସେହିପରି ଢେଙ୍କାନାଳ କଲେଜ ବାଇପାସ ଓ କୋରିଆଁ ବାଇପାସ ସହର ମଧ୍ୟକୁ ଆସିଥିବା ରାସ୍ତାରେ ଯାନବାହନ ବେଗ ହ୍ରାସ କରିବା ସହିତ ସୂଚନା ଫଳକ ଲଗାଇବା ପାଇଁ ସଭ୍ୟମାନେ ପ୍ରସ୍ତାବ ଦେଇଥିଲେ। ସହରସ୍ଥିତ ବ୍ରଜନାଥ ବଡଜେନା ହାଇସ୍କୁଲ ଛକଠାରେ ମଧ୍ୟ ସଡ଼କ ସୁରକ୍ଷା ସମ୍ପର୍କିତ ସୂଚନା ଫଳକ ଲଗାଯିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୋଟରଯାନ ନିରୀକ୍ଷକ ଦେବାଶିଷ ସ୍ବାଇଁ, ପୌର ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତ, ସଡ଼କ ସୁରକ୍ଷା କମିଟ ସଭ୍ୟ ବିରଞ୍ଚି ନାରାୟଣ ପାଣି, ପ୍ରଦ୍ୟୁମ୍ନ ରଥ, ରୁଦ୍ର ନାରାୟଣ ତ୍ରିପାଠୀ, ପ୍ରଭାକର ବେହେରା ପ୍ରମୁଖ ଉପସ୍ଥିତ ରହି ନିଜସ୍ବ ମତ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri