ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ ନିର୍ମାଣରେ ବ୍ୟାପକ ହରିଲୁଟ ହେଉଛି। ଏଥିଯୋଗୁ ସରକାରଙ୍କ ଉଦ୍ଦେଶ୍ୟ ପୂରଣ ହେଉ ନ ଥିବାବେଳେ ସାଧାରଣ ଲୋକଙ୍କ ଜୀବନ ବିପଦରେ ପଡ଼ୁଛି। ରାଜ୍ୟରେ ଗତ ଏକ ଦଶନ୍ଧି ମଧ୍ୟରେ ପ୍ରାୟ ୪୫ ହଜାର ଲୋକଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଭାରତ ସରକାରଙ୍କ ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅସହଯୋଗ ଏବଂ ଅବହେଳା କାରଣରୁ ଅଧିକାଂଶ ଦୁର୍ଘଟଣା ବିଭିନ୍ନ ଜାତୀୟ ରାଜପଥରେ ଘଟୁଛି ବୋଲି ଦାୟୀ କରାଯାଇଛି। ଏହିକ୍ରମରେ ରାଜ୍ୟ ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସଡ଼କ ସୁରକ୍ଷା ଅଭିଯାନରେ ଉପଯୁକ୍ତ ଭାବେ ସାମିଲ ହୋଇ ସହଯୋଗ କରିବାକୁ ଏନଏଚ୍‌ଏଆଇର ଚିଫ୍‌ ଜେନେରାଲ ମ୍ୟାନେଜର (ସିଜିଏମ) ଏବଂ ରିଜିଓନାଲ ଅଫିସର(ଆର୍‌ଓ)ଙ୍କୁ ପତ୍ର ଲେଖିଛନ୍ତି।
ଓଡ଼ିଶାର ସିଆଇଡି ଓ କ୍ରାଇମବ୍ରାଞ୍ଚ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୨୦୨୦ ଅପେକ୍ଷା ୨୦୨୧ରେ ଦୁର୍ଘଟଣାଜନିତ ମୃତ୍ୟୁହାର ୭.୨୪% ବୃଦ୍ଧି ପାଇଛି। ରିପୋର୍ଟ ଅନୁସାରେ ୨୦୨୧ରେ ରାଜ୍ୟରେ ୧୦,୯୮୪ଟି ଦୁର୍ଘଟଣା ହୋଇଥିବାବେଳେ ୫୦୮୧ ଜଣଙ୍କ ମୃତ୍ୟୁ ହୋଇଛି। ୨୦୨୦ରେ ୯୮୧୭ଟି ଦୁର୍ଘଟଣାରେ ୪୭୩୮ ଜଣଙ୍କ ମୃତ୍ୟୁ ହୋଇଥିଲା। ସଡ଼କ ଦୁର୍ଘଟଣାକୁ ହ୍ରାସ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜିଲା ରୋଡ ସେଫ୍ଟି କମିଟି(ଡିଆର୍‌ଏସ୍‌ସି) ଗଠନ କରାଯାଇଛି। କିନ୍ତୁ ଏହି ଡିଆରଏସ୍‌ସି ବୈଠକକୁ ଏନ୍‌ଏଚ୍‌ଏଆଇ ବାଲେଶ୍ୱର ପ୍ରୋଜେକ୍ଟ ଡାଇରେକ୍ଟର(ପିଡି) ସମ୍ପୂର୍ଣ୍ଣ ଭାବେ ଉଲ୍ଲଂଘନ କରି ଆସୁଛନ୍ତି। ଏହିମର୍ମରେ ସଚିବ ସେଠୀ ତାଙ୍କ ପତ୍ରରେ ଆହୁରି ଦର୍ଶାଇଛନ୍ତି ଯେ, ସଡ଼କ ଦୁର୍ଘଟଣା ମୃତ୍ୟୁହାର ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ। ଦୁର୍ଘଟଣା ମୃତକଙ୍କ ମଧ୍ୟରୁ ଅଧିକାଂଶ ଯୁବକ ଏବଂ ପ୍ରାୟତଃ ସେମାନେ ପରିବାରର ରୋଜଗାରକ୍ଷମ ବ୍ୟକ୍ତି। ବାଲେଶ୍ୱର ଏନ୍‌ଏଚ୍‌ଏଆଇ ପିଡିଙ୍କ ଅଧୀନରେ ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲା ଦେଇ ଯାଇଥିବା ୪୯, ୧୬ ଓ ୧୮ ନମ୍ବର ଜାତୀୟ ରାଜପଥ ରହିଛି। ସଡ଼କ ସୁରକ୍ଷା ଦୃଷ୍ଟିରୁ ମୟୂରଭଞ୍ଜ ହେଉଛି ଅନ୍ୟତମ ଅସୁରକ୍ଷିତ ଜିଲା। ୨୦୨୧ରେ ଏହି ଜିଲାରେ ୫୪୦ ଦୁର୍ଘଟଣାରେ ୩୧୨ ଜଣଙ୍କ ମୃତ୍ୟୁ ହୋଇଥିଲା। ତଥ୍ୟ ଅନୁଯାୟୀ ଏହି ଜିଲାର ୧୩ଟି ବ୍ଲାକ ସ୍ପଟ୍‌ ଅଛି। ସେଥିମଧ୍ୟରୁ ଦ୍ୱାରସୁନିଘାଟ ଜିଲାର ଏକ ବିପଜ୍ଜନକ ସ୍ଥାନ। ଏଠାରେ ପ୍ରତି ମାସରେ ୨/୩ ଦୁର୍ଘଟଣା ଘଟେ। ଏହି ପ୍ରସଙ୍ଗ ଡିଆରଏସ୍‌ସି ବୈଠକରେ ନିୟମିତ ଆଲୋଚନା କରାଯାଇଥାଏ। କିନ୍ତୁ ବାଲେଶ୍ୱର ଏନ୍‌ଏଚ୍‌ଏଆଇ ପିଡି ଏହି ବୈଠକରେ ଯୋଗଦେବା ଆବଶ୍ୟକ ବୋଲି ଅନୁଭବ କରନ୍ତି ନାହିଁ। ଏହା ସଡ଼କ ସୁରକ୍ଷା ପ୍ରତି ଅବହେଳା ମନୋଭାବ ବୋଲି ସ୍ପଷ୍ଟ ମନେହେଉଛି ବୋଲି ସଚିବ କହିଛନ୍ତି। ପୂର୍ବରୁ ଯାଜପୁର ଜିଲାରେ ହେଉଥିବା ବୈଠକରେ ମଧ୍ୟ ଏନଏଚ୍‌ଏଆଇ କର୍ତ୍ତୃପକ୍ଷ ଯୋଗ ଦେଇ ନ ଥିବା ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷେ ୧୬ ନମ୍ବର ଏନ୍‌ଏଚ୍‌ ସମ୍ପ୍ରସାରଣ ଶେଷ କରିବାରେ ବିଳମ୍ବ ଏବଂ ଗୋଟିଏ ରାସ୍ତାରେ ଉଭୟ ପାର୍ଶ୍ୱରୁ ଗମନାଗମନ ଦୁର୍ଘଟଣା ବୃଦ୍ଧିର ପ୍ରମୁଖ କାରଣ ବୋଲି ଜଣାପଡ଼ିଛି। ତେଣୁ ଉପଯୁକ୍ତ ଯୋଜନାରେ ଜାତୀୟ ରାଜପଥ ସମ୍ପ୍ରସାରଣ ହେଉ ନ ଥିବା ଅଭିଯୋଗ ହେଉଛି।
ଏ ସଂକ୍ରାନ୍ତରେ ଏନ୍‌ଏଚ୍‌ଏଆଇ ବାଲେଶ୍ୱର ପିଡି ଜେ.ପି. ବର୍ମାଙ୍କୁ ପଚାରିବାରେ ସେ କହିଛନ୍ତି, ତାଙ୍କ ବିଭାଗ ଅଧୀନରେ ତାଙ୍କୁ ମିଶାଇ ମାତ୍ର ୨ ଜଣ ଅଧିକାରୀ ରହିଛନ୍ତି। ଏଥିରେ ରାଜପଥ ନିର୍ମାଣ ପରିଚାଳନା ସହ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ରହିଛି। ଇତିମଧ୍ୟରେ ମୟୂରଭଞ୍ଜ ଜିଲାରେ ଅନୁଷ୍ଠିତ ୯ଟି ବୈଠକରୁ ୨ ବୈଠକରେ ସେ ଯୋଗ ଦେଇଛନ୍ତି। ବିଭାଗୀୟ କାର୍ଯ୍ୟରେ ବ୍ୟସ୍ତତାରୁ ସମସ୍ତ ବୈଠକରେ ଯୋଗଦେବା ସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri