ରୋଡ୍‌ ରୋମିଓଙ୍କ ବେପରୁଆ ଗାଡ଼ିଚାଳନା: ବଢୁଛି ଦୁର୍ଘଟଣା, ସାବାଡ୍‌ ପାଇଁ ନିଆଯିବ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଛନ୍ତି। ତେବେ କଫି ବଗିଚା ନିକଟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଥିବା ବେଳେ ସେହି ରାସ୍ତାରେ ଦୈନିକ ଶହଶହ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାତାୟାତ କରୁଛନ୍ତି। ହେଲେ ପୂର୍ତ୍ତବିଭାଗର ଉକ୍ତ ରାସ୍ତାରେ ଟ୍ରାଫିକ୍‌ ବୃଦ୍ଧି ପାଉଥିବା ବେଳେ ରୋଡ୍‌ ରୋମିଓଙ୍କ ଉପଦ୍ରବ ସମେତ ଦ୍ରୁତଗତିରେ ଗାଡ଼ିଚାଳନା ପାଇଁ ଛାତ୍ରୀଛାତ୍ରଙ୍କ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଆଦର୍ଶ ବିଦ୍ୟାଳୟରୁ ଛାତ୍ରୀଛାତ୍ର ପୂର୍ତ୍ତ ବିଭାଗ ରାସ୍ତାକୁ ବାହାରିବା ବେଳେ ବିପଦ ପୂର୍ଣ୍ଣ ଭାବେ ବାହାରୁଛନ୍ତି ତେଣୁ ପୂର୍ତ୍ତ ବିଭାଗର ଉକ୍ତ ରାସ୍ତାର ଆଦର୍ଶ ବିଦ୍ୟାଳୟ ଛକରେ ହମ୍ପସ୍‌ ନିର୍ମାଣ ପାଇଁ ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରାଙ୍କୁ ଅଭିଭାବକମାନେ ଲିଖିତ ନିବେଦନ କରିଛନ୍ତି। ସେ ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ପ୍ରକାଶ ଯେ, ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗାଁ, ଗଜପତି ଦେଇ ବ୍ରହ୍ମପୁରକୁ ଉକ୍ତ ପୂର୍ତ୍ତ ବିଭାଗ ରାସ୍ତା ସଂଯୋଗ କରୁଛି ଦାରିଙ୍ଗବାଡ଼ିର କଫି ବଗିଚା ସମେତ ଡୁଲୁରୀ ପାଇନବଣ, ମିଡିୟୁାନ୍ଦା ଜଳପ୍ରପାତ, ଋଷିମାଳ ପାହାଡ଼, ଯୋଗୀମଠ ଆଦି ପର୍ଯ୍ୟଟନ କ୍ଷେତ୍ର ରହିଥୁବା ବେକେ ଦୈନିକ ଶହଶହ ଗାଡ଼ି, ଯାତ୍ରୀବାହୀ ବସ୍‌ ଅଟୋ, କାର୍‌ ଆଦି ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri