ଚିକିତ୍ସିତ ହୋଇ ଫେରିବା ବାଟରେ ଦୁର୍ଘଟଣା: ୪ ମୃତ

ପଟ୍ଟାମୁଣ୍ଡାଇ/ଆଳି,୧୬ା୯ (କଳ୍ପତରୁ ନାୟକ/ବନମାଳୀ ସେନାପତି): ଏମିତି ବି ଆସେ ମୃତ୍ୟୁ। ଚାହୁଁ ଚାହୁଁ ଚାଲିଗଲା ଅକାଳରେ ୨ ପରିବାରର ୪ ଜୀବନ। ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲରେ ଚିକିତ୍ସା କରାଇ ଆମ୍ବୁଲାନ୍ସରେ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋରଠାରେ ରାସ୍ତାରେ ଠିଆ ହୋଇଥିବା ତେଲ ଟ୍ୟାଙ୍କରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜ୍ୱାଇଁ, ଝିଅ, ଶ୍ୱଶୁର, ଦାଦା ଶ୍ୱଶୁରଙ୍କ ମୃତ୍ୟୁ ଘଟିଛି ଓ ଜଣେ ଆହତ ହୋଇଛନ୍ତି। ମୃତ ବ୍ୟକ୍ତିମାନେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଙ୍ଗାରଖ ଗ୍ରାମର ଜ୍ୱାଇଁ ଉମେଶ ସାହୁ (୪୩), ପତ୍ନୀ ରଶ୍ମିତା ସାହୁ (୩୭) ଓରଫ ଲିଲିମା ଓ ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ଶ୍ୱଶୁର ତ୍ରିଲୋଚନ ନାୟକ (୫୫), ସାନଭାଇ ବିଜୟ ନାୟକ (୫୩) ବୋଲି ଜଣାପଡ଼ିଛି।
ଆଳି ଥାନା ସହିରା ପଞ୍ଚାୟତ ଅଙ୍ଗାରଖ ଗ୍ରାମର ଉମେଶ ଆସାମରେ ରହୁଥିବା ବେଳେ କିଛିଦିନ ପୂର୍ବେ ମାଲେସିଆ ଯିବା ନିମନ୍ତେ ତାଙ୍କର ଚିଠି ଆସିଥିଲା। ଅଗଷ୍ଟରେ ସେ ଘରେ ଥିବା ସମୟରେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଦେଖିଥିଲେ। ପରେ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱର କିମ୍‌ସ ଘରୋଇ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ନେଇଥିଲେ। ମାସେ ହେବ କିମ୍‌ସରେ ଚିକିତ୍ସା ହେବା ପରେ ଡାକ୍ତର ଉମେଶଙ୍କ ମସ୍ତିଷ୍କ ଇନ୍‌ଫେକ୍ସନ ହୋଇଯାଇଥିବା କହି ତାଙ୍କୁ ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲକୁ ପଠାଇଥିଲେ। ବୁଧବାର ଉମେଶ, ପତ୍ନୀ ରଶ୍ମିତା ଓ ରଶ୍ମିତାଙ୍କ ବାପା ତ୍ରିଲୋଚନ, ଦାଦା ବିଜୟଙ୍କୁ ନେଇ କିମ୍‌ସର ଏକ ଆମ୍ବୁଲାନ୍ସ ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲ ଯାଇଥିଲା। ସେଠାରେ ଡାକ୍ତର ଉମେଶଙ୍କ ମସ୍ତିଷ୍କ ଇନ୍‌ଫେକ୍ସନ ହୋଇନାହିଁ ବରଂ କିଡ୍‌ନୀ ନଷ୍ଟ ହୋଇଥିବା କହି ଗୁରୁବାର ଫେରାଇ ଦେଇଥିଲେ। ସେମାନେ ଉକ୍ତ ଆମ୍ବୁଲାନ୍ସରେ ଫେରୁଥିବା ବେଳେ ଶୁକ୍ରବାର ଭୋରୁ ବେଙ୍ଗାଲୁରୁ-ତିରୁପତି ଜାତୀୟ ରାଜପଥ ଆନ୍ଧ୍ରପ୍ରଦେଶର ଚିତୋର ଜିଲା ତାୱାନାମପାଲ୍ଲୀ ମଣ୍ଡଳ ଅନ୍ତର୍ଗତ ତେଲ୍ଲାଗୁଣ୍ଡଲାପାଲ୍ଲୀ ଅଞ୍ଚଳରେ ରାସ୍ତାରେ ଠିଆ ହୋଇଥିବା ଗୋଟିଏ ତେଲ ଟ୍ୟାଙ୍କରକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଲିଲିମା, ଉମେଶ, ତ୍ରିଲୋଚନ ଓ ବିଜୟଙ୍କ ମୃତ୍ୟୁ ହୋଇଥିଲା ବୋଲି ବିଜୟଙ୍କ ପରିବାର ପକ୍ଷରୁ ଜଣାପଡ଼ିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଓ ଆହତଙ୍କୁ ଚିତୋର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ଏହାକୁ ନେଇ ଆଳି ଓ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri