Posted inଜାତୀୟ

ଗାଜାରେ ଯୁଦ୍ଧବିରତି: ଚୁକ୍ତି ଅନୁଯାୟୀ ୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ଦେଇର୍‌ ଅଲ୍‌-ବଲାହ,୧୯।୧: ଗାଜାରେ ରବିବାରଠାରୁ ଯୁଦ୍ଧବିରତି ଆରମ୍ଭ ହୋଇଛି। ଚୁକ୍ତି ଅନୁଯାୟୀ ଗାଜାର ଶାସକ ହମାସ୍‌ ପ୍ରଥମ ଦିନରେ ୩ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କୁ ରବିବାର ରାତିରେ ମୁକ୍ତ କରିଛି। ସେମାନଙ୍କୁ ପ୍ରଥମେ ରେଡ୍‌କ୍ରସ୍‌କୁ ନିଆଯିବା ପରେ ଇସ୍ରାଏଲୀ ସେନାକୁ ଫେରୁଥିତ୍ବା ସୈନ୍ୟବାହିନୀ ପକ୍ଷରୁ ଘୋଷଣା କରାଯାଇଛି। ରବିବାର ସକାଳ ୮ଟା ୩୦ରୁ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାକୁ ଥିବାବେଳେ ହମାସ୍‌ ମୁକ୍ତ ହେବାକୁ ଥିବା ପଣବନ୍ଦୀଙ୍କ ନାମ ତାଲିକା ଦେଇ ନ ଥିବାରୁ ଏହା ୩ ଘଣ୍ଟା ବିଳମ୍ବ ହୋଇଥିଲା। ବିଳମ୍ବ ହେଲେ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିବ ବୋଲି କହିଥିଲା। ଅସ୍ତ୍ରବିରତି ପୂର୍ବରୁ ଇସ୍ରାଏଲ୍‌ର ବୋମାମାଡ଼ରେ ୧୯ ଜଣଙ୍କ ମୃତ୍ୟୁ ଘଟିବା ସହ ୨୫ ଜଣ ଆହତ ହୋଇଥିଲେ।
୧୫ ମାସ ପରେ ଯୁଦ୍ଧ ବନ୍ଦ ହେବାକୁ ଯାଉଛି। ଅସ୍ତ୍ରବିରତି ଲାଗୁ ହେବା ପରେ ମାନବୀୟ ସହାୟତା ସାମଗ୍ରୀ ନେଇ ଆସିଥିବା ପ୍ରଥମ ଟ୍ରକ୍‌ ପାଲେଷ୍ଟିନୀୟ ଅଞ୍ଚଳରେ ପ୍ରବେଶ କରିଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଆକ୍ରମଣ ସମୟରେ ଘରଦ୍ୱାର ଛାଡ଼ିଥିବା ପାଲେଷ୍ଟିନୀୟମାନେ ନିଜ ଅଞ୍ଚଳକୁ ଫେରିବା ଆରମ୍ଭ କରିଛନ୍ତି। ହଜାର ହଜାର ଲୋକେ ଟେଣ୍ଟ, ପୋଷାକ ଓ ନିଜର ବ୍ୟକ୍ତିଗତ ସାମଗ୍ରୀ ଧରି ଘରକୁ ଫେରୁଥିବା ଦେଖାଯାଇଛି। ତେବେ ଅଧିକାଂଶଙ୍କ ଘର ମାଟିରେ ମିଶି ଯାଇଥିବାରୁ ସେମାନେ ନିରାଶ ହୋଇଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଉତ୍ତର ଗାଜାର କେତେଜଣ ସବୁକିଛି ହରାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri