ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଲୁଟିଲେ ଦୁର୍ବୃତ୍ତ

ଗଞ୍ଜାମ,୧୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର ସାହୁ ବ୍ୟବହାର ହୋଇଥିବା ଫୋନ୍‌ ନମ୍ବରକୁ ଟ୍ରାକ୍‌ କରିବା ପରେ ଠକେଇ କରିଥିବା ବ୍ୟକ୍ତି ଜଣକ ପୁରୀ ଜିଲା କୃଷ୍ଣପ୍ରସାଦଗଡ଼ର ବୋଲି ଜଣା ପଡ଼ିଥିଲା। ଥାନାଧିକାରୀ ଓ ଏସ୍‌ଆଇ ଅଜିତ କୁମାର ପରିଡ଼ା ଉକ୍ତ ଗ୍ରାମରେ ପହଞ୍ଚି ଅଭିଯୁକ୍ତଙ୍କୁ ଧରି ଥାନାରେ ଅଟକ ରଖିଛନ୍ତି l ଅଟକ ଅଭିଯୁକ୍ତ ଛତ୍ରପୁର ଅଞ୍ଚଳର ଜଣେ ଟ୍ରେଡର୍ସ ମାଲିକଙ୍କୁ ଗଞ୍ଜାମ ଆଇଆଇସି ଗାଡ଼ି ପଠାଇଛନ୍ତି ଲୁହାରଡ୍‌ ନେବା ପାଇଁ କହି ୩ ଲକ୍ଷ ଟଙ୍କାରୁ ଅଧିକ ଲୁହାରଡ୍‌ ନେଇ ଯାଇଥିଲେ l ପରେ ଉକ୍ତ ଲୁହାରଡ୍‌ ସେଠାରେ ବିକ୍ରି କରିଦେଇଥିବା ସ୍ବୀକାର କରିଛି ଅଭିଯୁକ୍ତ l ସମସ୍ତ ଲୁହାରଡ୍‌ ପୋଲିସ ଜବତ କରି ଅଧିକ ତଦନ୍ତ ଚାଲିଥିବା ଆଇଆଇସି ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri