ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଆକାଉଣ୍ଟ ମ୍ୟାନେଜର ଗିରଫ

ଦେବଗଡ,୨୭।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଆକାଉଣ୍ଟ ମ୍ୟାନେଜର ପରମେଶ୍ୱର ନାଏକଙ୍କୁ ଗିରଫ କରିଛି ଦେବଗଡ ପୋଲିସ । ୧୨ ଜଣ ଆଶାୟୀଙ୍କଠାରୁ ୧୫ ଲକ୍ଷ ୬୦ ହଜାର ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଆଟେଣ୍ଡାଣ୍ଟ, ଝାଡୁଦାର, ସୁପରଭାଇଜର ପଦବୀରେ ନିଯୁକ୍ତି ଦେବା ପାଇଁ ପରମେଶ୍ୱର ଟଙ୍କା ନେଇଥିଲେ। ଉକ୍ତ ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି ଦେଖିବାକୁ ବାକି ରହିଲା।

ସୂଚନାଯୋଗ୍ୟ, ଦେବଗଡ଼ସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚାକିରି ଆଶାରେ କେତେଜଣ ଯୁବତୀଯୁବକ ଟଙ୍କା ଦେଇ ଚାକିରି ନ ପାଇ ହତାଶ ହୋଇପଡ଼ିଛନ୍ତି। ଏହି ଯୁବତୀଯୁବକମାନେ କେତେଜଣ ଅଧିକାରୀ, ବରିଷ୍ଠ ଡାକ୍ତର, ଦଲାଲଙ୍କୁ ଟଙ୍କା ଦେଇଥିବା ନିଜ ନାମ ଗୋପନ ରଖି କହିଛନ୍ତି। ଏବେ ସେମାନେ ଚାକିରି ନ ପାଇବାରୁ ଚାକିରି ପାଇଁ ଟଙ୍କା ଦେଇଥିବା କଥା ଆଲୋଚନା କରୁଛନ୍ତି। ଦେବଗଡ଼ ଏକ ଚାଷୀ ବହୁଳ, ଶିଳ୍ପ ବିହନ ଜିଲା। ପ୍ରାୟ ସମସ୍ତେ ଚାଷ ଉପରେ ନିର୍ଭର କରନ୍ତି। ଜିଲାରେ ବେକାର ଯୁବତୀଯୁବକ ସଂଖ୍ୟା ବଢ଼ି ଚାଲୁଥିବାବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗାର୍ଡ, ଡାଟା ଏଣ୍ଟ୍ରି ଅପରେଟର ଆଦି କେତେକ ପଦବୀରେ ଚାକିରିରେ ରଖି ଦେବି କହି ଯୁବତୀ ଯୁବକମାନଙ୍କଠାରୁ ଟଙ୍କା ନେଇଥିବା କିଛି ଅଧିକାରୀ, ନେତା, ଦଲାଲ। ଜିଲାର କେତେଜଣ ବରିଷ୍ଠ ଅଧିକାରୀ ଆଉଟ ସୋର୍ସିଂ ସହିତ ହାତ ମିଳେଇ ଚାକିରି ଦେଇ କହି ନିଜ ପକେଟ ଗରମ କରୁଥିବା ଅଭିଯୋଗ ହେଉଛି। ଏହି ଅଧିକାରୀ ନୂତନ ଜିଲା ମୁଖ୍ୟ ଚିକିତ୍ସାଳରେ ମଧ୍ୟ ଚାକିରିରେ ରଖିଦେବା କଥା କହି ବେକାର ଯୁବତୀଯୁବକଙ୍କଠାରୁ ଟଙ୍କା ନେଇଛନ୍ତି।

ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ ଆରମ୍ଭଠାରୁ କେତେଜଣ ନେତା ଓ ପୁରୁଣା ଡାକ୍ତରଖାନାର ନିର୍ଦ୍ଦିଷ୍ଟ କେତେଜଣ ବରିଷ୍ଠ ଡାକ୍ତର ଯୁବତୀ ଯୁବକଙ୍କୁ ନର୍ସ, ଗାର୍ଡ, ଡାଟା ଏଣ୍ଟ୍ରି ଅପରେଟର ଆଦି ପଦବୀରେ ଚାକିରିରେ ରଖି ଦେବି କହି ଲକ୍ଷ ଲକ୍ଷ ଟଙ୍କା ନେଇଥିବାବେଳେ ଆଜିଯାଏ କାହାକୁ ଚାକିରିରେ ରଖି ନ ଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ସେହି ଯୁବତୀଯୁବକ କେମିତି ଟଙ୍କା ଫେରିପାଇବେ ଚିନ୍ତାରେ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri