ତତ୍କାଳୀନ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ମଙ୍ଗଳବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତ ତଥା ତତ୍କାଳୀନ ବୌଦ୍ଧ ଜିଲାରେ ଥିବା ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରି କର୍ପୋରେଶନ ଲିମିଟେଡ ଆକାଉଣ୍ଟାଣ୍ଟ ସମରସେନ ପାତ୍ରଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୬ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଥିବା ସ୍ବତନ୍ତ୍ର ପିପି ସୁରେନ୍ଦ୍ର ନାଥ ପଣ୍ଡା ସୂଚନା ଦେଇଛନ୍ତି। ସମରସେନ ବର୍ତ୍ତମାନ କାର୍ଯ୍ୟରୁ ଅବସର ଗ୍ରହଣ କରିସାରିଛନ୍ତି।
ପ୍ରକାଶ ଯେ, ସମରସେନଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ଭିଜିଲାନ୍ସ ଟିମ୍‌ ୨୦୦୪ ଜୁନ ୨୨ରେ ତାଙ୍କ ବାସଭବନ ସମେତ ୩ ଟି ସ୍ଥାନରେ ଚଢ଼ାଉ କରିଥିଲା। ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୬ଲକ୍ଷ ୮୩ହଜାର ୩୨୭ ଟଙ୍କା ଆକଳନ କରାଯାଇଥିଲା। ସେଥିମଧ୍ୟରୁ ୨ଲକ୍ଷ ୯୭ହଜାର ୯୩୩ ଟଙ୍କା ୩୫ ପଇସାର ସେ ହିସାବ ଭିଜିଲାନ୍ସକୁ ଦେଇପାରି ନ ଥିଲେ। ଯାହାକି ତାଙ୍କ ଆୟର ୨୨୯ ପ୍ରତିଶତ ଅଧିକ ରହିଥିଲା। ଏନେଇ ଭିଜିଲାନ୍ସ ମାମଲା ନମ୍ବର ୧୯/୦୪ ରେ ସମରସେନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚାର୍ଜଶିଟ ଦାଖଲ ପରେ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। ମଙ୍ଗଳବାର ଏହି ମାମଲାର ବିଚାର ବେଳେ ସମରସେନଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri