ତତ୍କାଳୀନ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ମଙ୍ଗଳବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତ ତଥା ତତ୍କାଳୀନ ବୌଦ୍ଧ ଜିଲାରେ ଥିବା ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରି କର୍ପୋରେଶନ ଲିମିଟେଡ ଆକାଉଣ୍ଟାଣ୍ଟ ସମରସେନ ପାତ୍ରଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୬ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଥିବା ସ୍ବତନ୍ତ୍ର ପିପି ସୁରେନ୍ଦ୍ର ନାଥ ପଣ୍ଡା ସୂଚନା ଦେଇଛନ୍ତି। ସମରସେନ ବର୍ତ୍ତମାନ କାର୍ଯ୍ୟରୁ ଅବସର ଗ୍ରହଣ କରିସାରିଛନ୍ତି।
ପ୍ରକାଶ ଯେ, ସମରସେନଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ଭିଜିଲାନ୍ସ ଟିମ୍‌ ୨୦୦୪ ଜୁନ ୨୨ରେ ତାଙ୍କ ବାସଭବନ ସମେତ ୩ ଟି ସ୍ଥାନରେ ଚଢ଼ାଉ କରିଥିଲା। ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୬ଲକ୍ଷ ୮୩ହଜାର ୩୨୭ ଟଙ୍କା ଆକଳନ କରାଯାଇଥିଲା। ସେଥିମଧ୍ୟରୁ ୨ଲକ୍ଷ ୯୭ହଜାର ୯୩୩ ଟଙ୍କା ୩୫ ପଇସାର ସେ ହିସାବ ଭିଜିଲାନ୍ସକୁ ଦେଇପାରି ନ ଥିଲେ। ଯାହାକି ତାଙ୍କ ଆୟର ୨୨୯ ପ୍ରତିଶତ ଅଧିକ ରହିଥିଲା। ଏନେଇ ଭିଜିଲାନ୍ସ ମାମଲା ନମ୍ବର ୧୯/୦୪ ରେ ସମରସେନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚାର୍ଜଶିଟ ଦାଖଲ ପରେ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। ମଙ୍ଗଳବାର ଏହି ମାମଲାର ବିଚାର ବେଳେ ସମରସେନଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri