ଟଙ୍କା ହଡ଼ପ କରି ଆକାଉଣ୍ଟାଣ୍ଟ ଫେରାର ଘଟଣା: ବ୍ୟାଙ୍କ ମ୍ୟାନେଜର, ରାଜସ୍ବ ନିରୀକ୍ଷକଙ୍କୁ ଜେରା

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଇଓ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ ଘଟଣାରେ ଭିଜିଲାନ୍ସ ପକ୍ଷରୁ ଆକ୍ସିସ ବ୍ୟାଙ୍କ ମ୍ୟାନେଜର ଓ ଭବାନୀପାଟଣା ନଜୁଲ ରାଜସ୍ବ ନିରୀକ୍ଷକଙ୍କୁ ଜେରା କରାଯାଇଛି। ଅନ୍ୟପକ୍ଷରେ ଶୁଚିସ୍ମିତା ନିଜ ମା’ଙ୍କ ନାମରେ ମଧ୍ୟ ହିଲଟାଉନରେ ଜମି କିଣିଥିବା ସୂଚନା ମିଳିଛି। ପ୍ରକାଶ ଯେ, ଭବାନୀପାଟଣା ବିଇସ ଅଫିସ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ ଘଟଣାରେ ଭିଜିଲାନ୍ସ ବିଭାଗ ଆକ୍ସିସ ବ୍ୟାଙ୍କର ମ୍ୟାନେଜର ମନୋରଞ୍ଜନ ସାହୁ ଓ ଭବାନୀପାଟଣା ନଜୁଲ ରାଜସ୍ବ ନିରୀକ୍ଷକ ରାକେଶ କୁମାର ସାହୁଙ୍କୁ ଜେରା କରିଥିଲା। ଆକ୍ସିସ ବ୍ୟାଙ୍କରେ ଟଙ୍କା ନେଣଦେଣ ଉପରେ ସବିଶେଷ ତଥ୍ୟ ଯାଞ୍ଚ କରାଯାଇଥିଲା। ସେହିଭଳି ଇରିଗେସନ କଲୋନୀରେ ଭିଜିଲାନ୍ସ ପକ୍ଷରୁ ସିଲ ହୋଇଥିବା ୨ଟି ଘର ଓ ହିଲଟାଇଉନେର ନିଜ ମା’ଙ୍କ ନାରେ କିଣା ଯାଇଥିବା ଜମିର ତଦନ୍ତ କରାଯାଇଥିଲା। ଭବାନୀପାଟଣା ତହସିଲର ଖାତା ନଂ-୧୮୯/୫୯୪୬, ପ୍ଲଟ ନଂ.୨୦୯/୬୧୫୭ରେ ୮୦ ଡିସିମିଲ, ସ୍ବପ୍ନା ସୁଆରଙ୍କ ନାମରେ ରେଜିଷ୍ଟ୍ରେଶନ ହୋଇଛି। ମ୍ୟୁଟେସନ କେସ ନଂ-୩୧୮୯/ ୨୦୨୦ ତାରିଖ ୭।୯।୨୦୨୦ରେ ପଟ୍ଟା ମିଳିଥିଲା। ସେହିଭଳି ଖାତା ନଂ. ୧୩୩/୫୯୯ ପ୍ଲଟ ନଂ.୧୩୨/୬୯୮ରେ ୧ ଏକର ସ୍ବପ୍ନା ସୁଆରଙ୍କ ନାମରେ କିଣାଯାଇଛି। ମ୍ୟୁଟେସନ କେସ ନଂ.୧୫୨୯/୨୦୨୦ ତା. ୨୫।୩।୨୦୨୨ରେ ଖାରଜ ହୋଇ ଖାତା ନଂ. ୧୩୩/୩୮କୁ ଆସିବା ସହ ପଟ୍ଟା ମିଳିଛି। ଗୋଟିଏ ପଟେ ଇରିଗେସନ କଲୋନୀ ୧୫ ନଂ. ଲେନରେ ୪ ମହଲା କୋଠା ଓ ଅନ୍ୟ ଏକ ସ୍ଥାନରେ ଏକ ଆଜବେଷ୍ଟସ ଘରକୁ ଭିଜିଲାନ୍ସ ପକ୍ଷରୁ ପୂର୍ବରୁ ସିଲ କରାଯାଇଛି। ବର୍ତ୍ତମାନ ହିଲ ଟାଉନର ୨ଟି ଜମି ଉପରେ ଭିଜିଲାନ୍ସର ଖୋଳତାଡ଼ ଆରମ୍ଭ ହୋଇଛି। ବୁଧବାର ଏହି ଘଟଣାରେ ଶୁଚିସ୍ମିତାଙ୍କ ସହ ସାମିଲ ଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ହେଲେ ୧୪ ଦିନ ପରେ ବି ଟାଉନ ଥାନା ପୋଲିସ ଶୁଚିସ୍ମିତାଙ୍କୁ ଠାବ କରିପାରି ନ ଥିବାରୁ ପୋଲିସର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri