୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା…

ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ସାର୍ବଜନୀକ ଟିକାକରଣ ଜାରି ରହିଛି। ଇତିମଧ୍ୟରେ ୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସୂଚନା ଦେଇଛନ୍ତି। ମାଣ୍ଡଭ୍ୟ ଏକ ବିବୃତ୍ତିରେ କହିଛନ୍ତି ଯେ ଭାରତରେ ଜାରି ରହିଥିବା ବିଶ୍ୱର ସର୍ବବୃହତ କରୋନା ଟିକାକରଣ କାର୍ଯ୍ୟକ୍ରମର ପ୍ରମାଣପତ୍ରକୁ ଏବେ ବିଶ୍ୱର ବିଭିନ୍ନ ରାଷ୍ଟ୍ର ପକ୍ଷରୁ ମାନ୍ୟତା ପ୍ରଦାନ କରାଯାଉଛି।

ଧୀରେଧୀରେ ଏଭଳି ରାଷ୍ଟ୍ରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ଏଣିକି ଭାରତୀୟ ନାଗରିକ ଶିକ୍ଷା, ବ୍ୟବସାୟ ଏବଂ ପର୍ଯ୍ୟଟନ ଉଦ୍ଦେଶ୍ୟରେ ମୁକ୍ତ ଭାବରେ ସମ୍ପୃକ୍ତ ଦେଶକୁ ଯାତ୍ରା କରିପାରିବେ। ଭାରତର ଟିକାକରଣ ପ୍ରମାଣପତ୍ରକୁ ପାରସ୍ପରିକ ସ୍ବୀକୃତି ପ୍ରଦାନ ପାଇଁ ସମ୍ପୃକ୍ତ ରାଷ୍ଟ୍ରଗୁଡ଼ିକ ସହମତ ହୋଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଯେଉଁମାନେ ବିଦେଶ ଭ୍ରମଣ କରିବାକୁ ଚାହୁଁଛନ୍ତି ସେମାନେ କୋ-ୱିନ ପୋର୍ଟାଲରୁ ଅନ୍ତର୍ଜାତୀୟ ଟ୍ରାଭେଲ ଇମ୍ୟୁନାଇଜେସନ ସାର୍ଟିଫିକେଟ ମଧ୍ୟ ଡାଉନଲୋଡ କରିପାରିବେ।

ଟିକାକରଣ ପ୍ରମାଣପତ୍ରକୁ ପାରସ୍ପରିକ ସ୍ବୀକୃତି ଦେବାକୁ ରାଜି ହୋଇଥିବା ଦେଶ ମଧ୍ୟରେ କାନାଡା, ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ବେଲଜିୟମ, ଆୟର୍ଲାଣ୍ଡ, ନେଦରଲାଣ୍ଡ, ସ୍ପେନ, ବାଂଲାଦେଶ, ଫିନଲାଣ୍ଡ, ମାଲି, ଘାନା, ସିଏରା ଲିୟନ, ନାଇଜେରିଆ, ସର୍ବିଆ, ପୋଲାଣ୍ଡ, ସ୍ଲୋଭାକିଆ ରିପବ୍ଲିକ, କ୍ରୋଏସିଆ, ବୁଲଗେରିଆ, ତୁର୍କୀ, ଚେକ ରିପବ୍ଲିକ, ସ୍ବିଜରଲ୍ୟାଣ୍ଡ, ସ୍ବିଡେନ, ଅଷ୍ଟ୍ରିଆ, ରୁଷିଆ, କୁଏତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ, କତାର ଆଦି ରହିଛନ୍ତି।

ପୃଥିବୀର ଅନ୍ୟ ଦେଶରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା ପ୍ରଦାନ କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଏବଂ ବହିର୍ବ୍ୟାପାର ମନ୍ତ୍ରଣାଳୟ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ପୃଥିବୀର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମରେ ବର୍ତ୍ତମାନ ଭାରତ ସରକାର ଘରଘର ବୁଲି ଟିକାପ୍ରଦାନ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅଭିଯାନରେ ସ୍ବାସ୍ଥ୍ୟ କର୍ମୀମାନେ ଘରଘର ବୁଲି ଲୋକଙ୍କ ଟିକାକରଣ କରୁଛନ୍ତି।

ବର୍ତ୍ତମାନ ସୁଦ୍ଧା ଦେଶରେ ୧୦୯ କୋଟିରୁ ଅଧିକ ଟିକା ପ୍ରଦାନ କରାଯାଇଛି। ସେଥିମଧ୍ୟରେ ପ୍ରଥମ ଡୋଜ ସଂଖ୍ୟା ୭୪,୨୧,୬୨,୯୪୦ ଥିବାବେଳେ ଦ୍ୱିତୀୟ ଡୋଜ ସଂଖ୍ୟା ୩୪,୮୬,୫୩,୪୨୬ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri