ପୋଖରୀ ନାଁ ବଦଳାଇ ଅର୍ଥ ଲୁଟ୍‌ ଅଭିଯୋଗ

ପୋଲସରା,୧୫ା୫: ଗ୍ରାମାଞ୍ଚଳରେ ଲୋକଙ୍କୁ କର୍ମନିଯୁକ୍ତିରେ କାମ ଯୋଗାଇଦେବା ଲକ୍ଷ୍ୟ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ମହତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରି ପ୍ରତ୍ୟେକ ଜବ କାର୍ଡ ହିତାଧକାରୀଙ୍କୁ ଶହେ ଦିନର କର୍ମ ନିଯୁକ୍ତି ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ଏହାର ବାଟ ମାରଣା ହେଉଛି ଗଞ୍ଜାମ ଜିଲାରେ। ପୋଲସରା ବ୍ଲକ ଢୁଙ୍କାପଡ଼ା ଗ୍ରାମରେ ରହିଥିବା ଆମ୍ବପୁଆ ବନ୍ଧକୁ ନାମ ବଦଳାଇ ହାଡ଼ିବନ୍ଧ ନାମରେ ମେଶିନ ସାହାଯ୍ୟରେ କାମ କରୁଥିବା ଅଭିଯୋଗ ହୋଇଛି। ଏହି ପୋଖରୀକୁ ପୁନଃଉଦ୍ଧାର ନାମରେ ପୂର୍ବରୁ ଫଲ୍ସ ବିଲ କରି ଅର୍ଥ ହରିଲୁଟ କରିଥିବା ଓଡିଶା ଲୋକାୟୁତରେ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଚଳିତ ବର୍ଷ ୨୦୨୨-୨୩ ଆର୍ଥିକ ବର୍ଷ କାର୍ଯ୍ୟର କୋର୍ଡ ୧୦୫୦୫୭୦୯ ନମ୍ବରରେ ଅଟକଳ ମୂଲ୍ୟ ୬ ଲକ୍ଷ ଟଙ୍କା ହାଡିବନ୍ଧ ପୁନରୁଦ୍ଧାର କରିବା ନେଇ ନାମ ଫଳକରେ ଦର୍ଶାଯାଇଛି। ହେଲେ ଲୋକେ କାମ କରିବା ବଦଳରେ ମେଶିନ ସାହାଯ୍ୟରେ କାମ କରି ୧ ଲକ୍ଷ ୧୬ ହଜାର ୮୩୪ ଟଙ୍କା ଉକ୍ତ ଗ୍ରାମର ଜବ କାର୍ଡ ହିତାଧକାରୀ ସିଆର୍‌ପି, ବିଦ୍ୟୁତ୍‌ ବିଭାଗ କର୍ମଚାରୀ, ଛାତ୍ର, ଗର୍ଭବତୀ ମହିଳା, ବୃଦ୍ଧା, ବୃଦ୍ଧଙ୍କ ନାଁରେ ଖାତାକୁ ଟଙ୍କା ପଠାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ପରିଡ଼ାଙ୍କୁ ପଚାରିବାରୁ ଏହି ବିଷୟରେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri