ଦର୍ଶନ ପାଇଁ ଭକ୍ତଙ୍କଠାରୁ ଟଙ୍କା ନେଉଥିବା ଅଭିଯୋଗ

ପୁରୀ ଅଫିସ,୨୧ା୫: ଶ୍ରୀମନ୍ଦିରରେ ନିୟୋଜିତ ଥିବା କେତେଜଣ କର୍ମଚାରୀ ଟଙ୍କା ନେଇ ଭକ୍ତକୁ ମହାପ୍ରଭୁଙ୍କ ଦର୍ଶନ କରାଉଥିବା ନେଇ ଅଭିଯୋଗ ହୋଇଛି। ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନଙ୍କ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା। ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ଠାକୁରଙ୍କୁ ଦର୍ଶନ କରୁଥିତ୍ବା ବେଳେ ଅନ୍ୟ କେତେଜଣ ଶ୍ରଦ୍ଧାଳୁ ଖରା ପାଇଁ ବାହାରେ ଅପେକ୍ଷା କରିଥିଲେ। ଏହାର ସୁଯୋଗ ନେଇ ଶ୍ରୀମନ୍ଦିରର କେତେଜଣ କର୍ମଚାରୀ କେତେଜଣ ଶ୍ରଦ୍ଧାଳୁଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇ ଦେବାକୁ କହି ଟଙ୍କା ନେଉଥିଲେ। ଏ ସମ୍ପର୍କରେ କେତେଜଣ ଭକ୍ତ ସିଂହଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏଥିପ୍ରତି କଡ଼ା ନଜର ରଖିଛି। ଏ ନେଇ ସୁଆର ମହାସୁଆର ନିଯୋଗର ବରିଷ୍ଠ ସେବାୟତ ଦାମଦୋର ମହାସୁଆର କହିଛନ୍ତି, ପ୍ରତିଦିନ ଶ୍ରୀମନ୍ଦିର ପରିସରରେ ଶ୍ରୀମନ୍ଦିର ପୋଲିସର କିଛି କର୍ମଚାରୀ ଉଚ୍ଚପଦସ୍ଥ ଅଧିକାରୀଙ୍କ ଜାଣତରେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କଠାରୁ ହଜାର ହଜାର ଟଙ୍କା ନେଇ ବେଆଇନ ଭାବେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଛାଡୁଛନ୍ତି। କାର୍ଯ୍ୟରେ ନିଯୁକ୍ତି ଥିବା କର୍ମଚାରୀମାନେ ଟଙ୍କା ନେଇ ଘଣ୍ଟି ଦ୍ୱାର, ମୁଦୁଲି ଦ୍ୱାର ସହ ଅନ୍ୟାନ୍ୟ ଦ୍ୱାରରେ ଭକ୍ତମାନଙ୍କୁ ଛାଡୁଛନ୍ତି। ଅପରପକ୍ଷେ ଭକ୍ତଙ୍କୁ କାହିଁକି ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ଛଡାଯାଉ ନାହିଁ ବୋଲି ସେ ମୁଖ୍ୟ ପ୍ରଶାସକଙ୍କୁ ଜଶାଇଥିଲେ। ତେଣୁ ପୁରୀ ସହରବାସୀଙ୍କ ପାଇଁ ଆଧାର କାର୍ଡ ଦେଖାଇ ଚାରିଦ୍ୱାର ଦେଇ ଦର୍ଶନ ପାଇଁ ଅନୁମତି ମିଳୁ ବୋଲି ସେ କହିଛନ୍ତି। ଅପରପକ୍ଷେ ନୀତି ବିଳମ୍ବକୁ ନେଇ ସୁଆର ମହାସୁଆର ପକ୍ଷରୁ କ୍ଷତିପୂରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦାବି କରାଯାଇଛି। ତେବେ ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ଯାହାସବୁ ବ୍ୟକ୍ତିଗତ ଅଭିଯୋଗ ଆସିଛି ବା ସମସ୍ୟା ରହିଛି ତାହା ଉପରେ ଆଲୋଚନା କରାଯିବ। ସେହିପରି ଟଙ୍କା ନେଇ ଭକ୍ତଙ୍କୁ ମହାପ୍ରଭୁ୍‌ଙ୍କ ଦର୍ଶନ କରୁଥିବା ଘଟଣାର ତଦନ୍ତ କରାଯିବ। ସିସିଟଭି ଯାଞ୍ଚ କରାଯିବ। ଯେଉଁମାନେ ଏଭଳି କାର୍ଯ୍ୟ କରୁଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରୀମନ୍ଦିରରେ କେବେ ମଧ୍ୟ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିବା ଉପରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri