ନିର୍ବାଚନୀ ହିଂସାରେ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୩: ବ୍ରହ୍ମପୁର ମହାନଗରରେ ସଂଘଟିତ ନିର୍ବାଚନୀ ହିଂସା ଘଟଣାରେ ବୈଦ୍ୟନାଥପୁର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀ ଢିପ ସାହିର ସୁନୀଲ ବେହେରା। ପୋଲିସ ଏକ ମାମଲା(ନଂ. ୮୭/୨୨) ରୁଜୁ କରି ସୁନୀଲଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ତାଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ଥାନା ଅଧିକାରୀ ରାମ କୁମାର ମୁର୍ମୁ କହିଛନ୍ତି।

ପ୍ରକାଶ ଯେ, ଲାଞ୍ଜିପଲ୍ଲୀ ରାମନଗରର ସତ୍ୟନାରାୟଣ ଜେନା ବିଏମ୍‌ସି ୩୬ ନମ୍ବର ୱାର୍ଡର ଜଣେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଥିଲେ। ତାଙ୍କୁ ଏଥିରୁ ନିବୃତ୍ତ ରିହିବା ପାଇଁ ଅଭିଯୁକ୍ତ ସୁନୀଲ ଏବଂ ତାଙ୍କ ସମର୍ଥକ କହିଥିଲେ। ହେଲେ ସତ୍ୟନାରାୟଣ ସେମାନଙ୍କ କଥା ନ ଶୁଣି ପ୍ରଚାର କରୁଥିଲେ। ଏହାକୁ ନେଇ ଗତ ୨୩ ତାରିଖରେ ସୁନୀଲ ଓ ତାଙ୍କର ୩୦ରୁ ଉଦ୍ଧର୍‌ବ ସମର୍ଥକ ସତ୍ୟନାରାୟଣଙ୍କୁ ଆକ୍ରମଣ କରିଥିଲେ। ଏପରି କି ସୁନୀଲ ଏକ ବନ୍ଧୁକ ସତ୍ୟନାରାୟଣଙ୍କ ମୁଣ୍ଡରେ ରଖି ହତ୍ୟାା ଧମକ ଦେବା ସହ ବ୍ରହ୍ମପୁର ଛାଡ଼ି ଚାଲିଯିବାକୁ କହିଥିଲେ। ସୁନୀଲଙ୍କ ସମର୍ଥକମାନେ ସତ୍ୟନାରାୟଣ ଓ ତାଙ୍କର ୩ଜଣ ସାଙ୍ଗକୁ ଆକ୍ରମଣ କରିଥିଲେ। ଅନ୍ୟ ଜଣେ ସାଙ୍ଗକୁ ଅପହରଣ କରି ନେଇଥିବା ଥାନାରେ ଅଭିଯୋଗ ହୋଇଥିଲା। ସୁନୀଲଙ୍କୁ ଗିରଫ ପରେ ଏବେ ଘଟଣାର ତଦନ୍ତ ଜାରି ରହିଛି। ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri