ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ସନ୍ତୁ ହେଉଛନ୍ତି ଜଣେ ଅଭ୍ୟାସଗତ ଅପରାଧୀ। ତାଙ୍କ ନାମରେ ପୂର୍ବରୁ ଲକ୍ଷ୍ମୀସାଗର, ଖାରବେଳନଗର, ବଡଗଡ ଓ ଇନ୍‌ଫୋସିଟି ଥାନାରେ ୧୩ ମାମଲା ରହିଥିବାବେଳେ ବାରମ୍ବାର ଗିରଫ ହୋଇ ଜେଲ୍‌ ଯାଇଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି।
ଅଭିଯୁକ୍ତ ସନ୍ତୁ ଗତ ୩୧ ତାରିଖରେ ପୀଡିତା ଅଭିଯୋଗକାରିଣୀଙ୍କ ଘରକୁ ଆସିଥିଲେ। ଘରେ କେହି ନ ଥିବା ସୁଯୋଗ ନେଇ ତାଙ୍କୁ ବଳାତ୍କାର କରିଥିଲେ। ପୀଡିତାଙ୍କ ମା ଘରେ ପହଞ୍ଚତ୍ ଘଟଣା ଦେଖି ପାଟି କରିବାରୁ ଅଭିଯୁକ୍ତ ସନ୍ତୁ ତାଙ୍କୁ ଖଣ୍ଡାରେ ହାଣି ମାରିଦେବାକୁ ଧମକ ଦେଇ ପଳାଇଥିଲେ। ପରେ ସେ ଖଣ୍ଡା ଧରି ପୁଣି ତାଙ୍କ ଘରକୁ ଆସି ପୀଡିତାଙ୍କୁ ବଳାତ୍କାର କରିବା ପାଇଁ ଉଦ୍ୟମ କରିଥିଲେ। ଚିତ୍କାର ଶୁଣି ଆଖପାଖର ଲୋକେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ଅଭିଯୁକ୍ତ ସନ୍ତୁ ଅରୁଣ ନାମକ ବ୍ୟକ୍ତିକୁ ଖଣ୍ଡାରେ ହାଣି ପଳାଇଥିଲେ। ଫଳରେ ତାଙ୍କ ବାମ ହାତ ପାପୁଲିରେ ଗଭୀର କ୍ଷତ ହୋଇଥିଲା। ପରେ ମା’ଙ୍କ ସହ ପୀଡିତା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri