୮ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଗାଡ଼ି ପାର୍କିଂକୁ ନେଇ ଯୁବକଙ୍କୁ ରାସ୍ତାରୁ ଉଠାଇ ମରଣାନ୍ତକ ଆକ୍ରମଣ ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୮ ବର୍ଷ ପରେ ରବିବାର ଶହୀଦନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ଗଣେଶ ରାଓ। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ଘଟଣାରେ ପୂର୍ବରୁ ଜଣେ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଅନ୍ୟ ଜଣଙ୍କର ୨୦୧୬ରେ କୌଣସି କାରଣରୁ ମୃତ୍ୟୁ ଘଟିଥିଲା ।
ସୂଚନାଯୋଗ୍ୟ, ୨୦୧୪ ଅଗଷ୍ଟ ୩୧ରେ ଅଭିଯୋଗକାରୀ ସୁଧାଂଶୁ ଭୂଷଣ ବନ୍ଧୁମାନଙ୍କ ସହିତ ଶହୀଦନଗର ଯାତ୍ରା ଦେଖିବା ନିମନ୍ତେ ଯାଇଥିବା ବେଳେ ସେଠାରେ ନିଜ ଗାଡ଼ିକୁ ରାସ୍ତା ଉପରେ ଛିଡ଼ା କରି ତା’ ଉପରେ ବସିଥିଲେ। ଏହି ସମୟରେ ଅଭିଯୁକ୍ତ ଏବଂ ତାଙ୍କ ସହଯୋଗୀମାନେ ସେଠାରେ ପହଞ୍ଚି ସୁଧାଂଶୁଙ୍କୁ ଖରାପ ଭାଷାରେ ଗାଳି କରିଥିଲେ। ସେ ଏହାକୁ ବିରୋଧ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ପେଲାଠେଲା କରି ସେଠାରୁ ପଳାଇ ଯାଇଥିଲେ। ପରେ ଘରକୁ ଫେରିବା ସମୟରେ ଅଭିଯୁକ୍ତ ଓ ତାଙ୍କ ସହଯୋଗୀମାନେ ତାଙ୍କୁ ପଣ୍ଡା ଶୋ’ରୁମ ନିକଟରେ ଅଟକାଇବା ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ରାଗ ଶାନ୍ତ ନହେବାରୁ ସେଠାରୁ ଜୋରଜବରଦସ୍ତ ଉଠାଇ ନେଇ ଇମ୍ଫା ପାର୍କ ଓ ଆଇଡିବିଆଇ ପେଟ୍ରୋଲ ପମ୍ପ ନିକଟରେ ପୁନର୍ବାର ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସୁଧାଂଶୁ ଅଚେତ ହୋଇଯିବା ଦେଖି ଅଭିଯୁକ୍ତମାନେ ତାଙ୍କୁ ସେଠାରେ ଫୋପାଡି ଦେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri