୮ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଗାଡ଼ି ପାର୍କିଂକୁ ନେଇ ଯୁବକଙ୍କୁ ରାସ୍ତାରୁ ଉଠାଇ ମରଣାନ୍ତକ ଆକ୍ରମଣ ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୮ ବର୍ଷ ପରେ ରବିବାର ଶହୀଦନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ଗଣେଶ ରାଓ। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ଘଟଣାରେ ପୂର୍ବରୁ ଜଣେ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଅନ୍ୟ ଜଣଙ୍କର ୨୦୧୬ରେ କୌଣସି କାରଣରୁ ମୃତ୍ୟୁ ଘଟିଥିଲା ।
ସୂଚନାଯୋଗ୍ୟ, ୨୦୧୪ ଅଗଷ୍ଟ ୩୧ରେ ଅଭିଯୋଗକାରୀ ସୁଧାଂଶୁ ଭୂଷଣ ବନ୍ଧୁମାନଙ୍କ ସହିତ ଶହୀଦନଗର ଯାତ୍ରା ଦେଖିବା ନିମନ୍ତେ ଯାଇଥିବା ବେଳେ ସେଠାରେ ନିଜ ଗାଡ଼ିକୁ ରାସ୍ତା ଉପରେ ଛିଡ଼ା କରି ତା’ ଉପରେ ବସିଥିଲେ। ଏହି ସମୟରେ ଅଭିଯୁକ୍ତ ଏବଂ ତାଙ୍କ ସହଯୋଗୀମାନେ ସେଠାରେ ପହଞ୍ଚି ସୁଧାଂଶୁଙ୍କୁ ଖରାପ ଭାଷାରେ ଗାଳି କରିଥିଲେ। ସେ ଏହାକୁ ବିରୋଧ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ପେଲାଠେଲା କରି ସେଠାରୁ ପଳାଇ ଯାଇଥିଲେ। ପରେ ଘରକୁ ଫେରିବା ସମୟରେ ଅଭିଯୁକ୍ତ ଓ ତାଙ୍କ ସହଯୋଗୀମାନେ ତାଙ୍କୁ ପଣ୍ଡା ଶୋ’ରୁମ ନିକଟରେ ଅଟକାଇବା ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ରାଗ ଶାନ୍ତ ନହେବାରୁ ସେଠାରୁ ଜୋରଜବରଦସ୍ତ ଉଠାଇ ନେଇ ଇମ୍ଫା ପାର୍କ ଓ ଆଇଡିବିଆଇ ପେଟ୍ରୋଲ ପମ୍ପ ନିକଟରେ ପୁନର୍ବାର ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସୁଧାଂଶୁ ଅଚେତ ହୋଇଯିବା ଦେଖି ଅଭିଯୁକ୍ତମାନେ ତାଙ୍କୁ ସେଠାରେ ଫୋପାଡି ଦେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri