କାଦୁଅ ପଡ଼ିବାକୁ କେନ୍ଦ୍ର କରି ଆକ୍ରମଣ, ବନ୍ଧା ହେଲେ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୯।୯: ଗାଡ଼ି ଚଳାଇବା ବେଳେ କାଦୁଅ ପଡିବାକୁ ନେଇ ବଚସା ଓ ଆକ୍ରମଣ ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହରିଡାଖଣ୍ଡି ନୂଆ ସାହିର କେ. ଶିବା ରେଡି। ଏନେଇ ପୋଲିସ ଏକ ମାମଲା (ନଂ.୨୩୦/୨୨) ରୁଜୁ କରି ତାଙ୍କୁ କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ସାମିଲ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।

ଅଭିଯୋଗ ମୁତାବକ, ଗତ ୪ ତାରିଖରେ ହରିଡାଖଣ୍ଡି ଧୋବା ସାହିର ଚନ୍ଦନ ସେଠୀ ହରିଡାଖଣ୍ଡୀ ଛକ ଆଡକୁ ଚାଲିଚାଲି ଯାଉଥିବା ବେଳେ ଶିବା ରେଡ୍ଡିଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ରାସ୍ତା କାଦୁଅ ଚନ୍ଦନଙ୍କ ଦେହରେ ପଡିଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଚନ୍ଦନଙ୍କୁ ଶିବା ଜାତିଆଣ ଆକ୍ଷେପ କରି ଗାଳିଗୁଳଜ କରିଥିଲେ। ପରେ ସେ ୩ଜଣ ସାଙ୍ଗକୁ ଡାକି ଚନ୍ଦନଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଚନ୍ଦନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଏନେଇ ବଡ଼ବଜାର ଥାନାରେ ଚନ୍ଦନଙ୍କ ପକ୍ଷରୁ ଏକ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri