ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର ଜଣେ ୨୮ ବର୍ଷୀୟା ଯୁବତୀଙ୍କ ସହ ଇନଷ୍ଟାଗ୍ରାମରେ ବନ୍ଧୁତା କରିଥିଲେ । ପରେ ଉଭୟଙ୍କ ମଧ୍ୟରେ ଦୀର୍ଘ ୪ ବର୍ଷ ହେଲା ସମ୍ପର୍କ ଗଢ଼ି ଉଠିଥିଲା।  ବିବାହ ପାଇଁ ଉଭୟେ ନିଷ୍ପତ୍ତି ନେଇଥିଲେ। ବିବାହର ପ୍ରତିଶ୍ରୁତି ଦେଇ ସଫେଇ କାମ କରୁଥିବା ଅରୁଣ ନିୟମିତ ବ୍ୟବଧାନରେ ଯୁବତୀଙ୍କ ସହ ସମ୍ପର୍କ ରଖିଥିଲେ ।

ପରେ ଅରୁଣ ତାଙ୍କୁ ପ୍ରତାରଣା କରି ଗତ ୧ ମାସ ପୂର୍ବେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ନିଷ୍ପତ୍ତି ନେବା ସହ ତାଙ୍କ ନିର୍ବନ୍ଧ କାର୍ଯ୍ୟ ମଧ୍ୟ ସରିଥିଲା। ଅରୁଣ ପୂର୍ବରୁ ସମ୍ପର୍କ ରଖିଥିବା ଯୁବତୀଙ୍କୁ ବିବାହ ପାଇଁ ରୋକ୍ ଠୋକ୍ ମନା କରିଦେଇଥିଲେ। ଅରୁଣ ଅନ୍ୟତ୍ର ବିବାହ କରୁଥିବା ଜାଣିବା ପରେ ନିରୁପାୟ ଅବସ୍ଥାରେ ଯୁବତୀ ଜଣକ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୫୨/୨୬ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ ।

ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ପୀଡ଼ିତାଙ୍କ ବୟାନ ଲିପିବଦ୍ଧ କରିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଇଥିଲେ । ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଅଭିଯୁକ୍ତ ଅରୁଣ ଏବଂ ପୀଡ଼ିତା ଉଭୟଙ୍କ ଡାକ୍ତରୀ ମାଇନା କରାଇବା ପରେ ରବିବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri