ପୂଜାରୀ ସାହି ହତ୍ୟା ଘଟଣା, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ,୧୧।୫: ଭଦ୍ରକ ସହର ପୂଜାରୀ ସାହିର ଯୁବକ ନୀଳକଣ୍ଠ ଦାସଙ୍କୁ ଧାମରା ବ୍ରିଜ ନିକଟରେ ଗତ ଫେବୃୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ହତ୍ୟାର ୩ ମାସ ପରେ ପୋଲିସ କୁଆଁସ ଅଞ୍ଚଳର ଅଭିଯୁକ୍ତ ସାଗର ଦାସଙ୍କୁ ବୁଧବାର ତାମିଲନାଡୁରୁ ଧରିବାରେ ସଫଳ ହୋଇଛି । ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ଏସଡିପିଓ ସୌରଭ ଓତା ସୂଚନା ଦେଇଛନ୍ତି । ନୀଳକଣ୍ଠ ସହିତ ସାଗରର ପୂର୍ବ ଶତ୍ରୁତା ଲାଗି ରହିଥିଲା। ଘଟଣା ଦିନ ରାଜଘାଟ ପୋଲ ନିକଟରେ ଉଭୟ ଦେଖା ହୋଇଥିଲେ। ସାଗର ତାଙ୍କୁ ସାଙ୍ଗରେ ଏକ ଅଟୋ ଯୋଗେ ଡାକି ଜାତୀୟ ରାଜପଥ ଧାମରା ବ୍ରିଜ ନିକଟକୁ ନେଇଥିଲା । ସେଠାରେ ସାଙ୍ଗରେ ମଦ ପିଇବା ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସାଗର ଉତ୍ତ୍ୟକ୍ତ ହୋଇ ମ୍ୟୁନିସିପାଲିଟି ଘାସ କଟା କତାରେ ନୀଳକଣ୍ଠର ମୁଣ୍ଡ ଓ ବେକକୁ ହାଣିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ଭାଇ ତ୍ରିଲୋଚନ ଦାସଙ୍କ ଅଭିଯୋଗ କ୍ରମେ ନମ୍ବର ୫୦/୨୩ ମାମଲା ରୁଜୁ ହୋଇଥିଲା । ପୂର୍ବରୁ ଏଥିରେ ସମ୍ପୃକ୍ତ ସାଗରଙ୍କ ଶାଶୁ ଓ ସ୍ତ୍ରୀଙ୍କୁୁ ଗ୍ରାମାଞ୍ଚଳ ପୋଲିସ ଗିରଫ କରିଥିଲା । ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ସମ୍ମିଳନୀରେ ଆଇଆଇସି ଅମିତାଭ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri