ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

ଟିକିରି,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ସିରିପାଇ ପଞ୍ଚାୟତ ଅନ୍ତର୍ଗତ ବାହାରଦୁଲକି ଗ୍ରାମରେ ଧାରୁଆ ଅସ୍ତ୍ରରେ ବୃଦ୍ଧାଙ୍କ ତଣ୍ଟି କାଟି ସୁନାଚେନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ ହୋଇଛି। କାଶୀପୁର ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି ଲୁଟ୍‌ ହୋଇଥିବା ଚେନ୍‌ ଏବଂ ସୁନା ଅଳଙ୍କାର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଗ୍ରାମର ଚଇତୁ ମାଝି। ମଦ ପିଇବା ପାଇଁ ନିଶାସକ୍ତ ଅବସ୍ଥାରେ ସେ ବୃଦ୍ଧାଙ୍କ ଠାରୁ ଲୁଟ୍‌ କରିଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ବାହାରଦୁଲକି ଗ୍ରାମରେ ରବିବାର ବୃଦ୍ଧା ସଦାମଣି ନାଏକ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ। ଏହି ସମୟରେ ଚଇତୁ ବୃଦ୍ଧାଙ୍କ ହାତ, ଗୋଡ଼ ଗଛରେ ବାନ୍ଧି ଧାରୁଆ ଅସ୍ତ୍ର ସାହାଯ୍ୟରେ ତଣ୍ଟି କାଟି ସୁନାଚେନ୍‌ ଏବଂ ଅନ୍ୟ ଅଳଙ୍କାର ଲୁଟି ନେଇଥିଲେ। ସଦାମଣି ତାଙ୍କୁ ଚିହ୍ନିଥିବାରୁ ପ୍ରମାଣ ନଷ୍ଟ କରିବାକୁ ସେ ତାଙ୍କର ଗଳା କାଟି ଦେଇଥିଲେ। ପୋଲିସ ଚଇତୁ ନିକଟରୁ ଧାରୁଆ ଅସ୍ତ୍ର ଜବତ କରିଥିବା ଖବରଦାତା ସମ୍ମିଳନୀରେ ରାୟଗଡ଼ା ଏସ୍‌ଡିପିଓ ଦିବ୍ୟଜ୍ୟୋତି ଦାସ ସୂଚନା ଦେଇଛନ୍ତି। କାଶୀପୁର ଥାନା ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri