୨ଲୁଟ ଘଟଣାରେ ଫେରାର ଅଭିଯୁକ୍ତ ଗିରଫ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁରର ୨ଟି ଲୁଟ ଘଟଣାରେ ଫେରାର ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି ପୋଲିସ। ମାଁ ଶାରଳା ସୁନା ଦୋକାନୀ ଦମ୍ପତିଙ୍କୁ ଆକ୍ରମଣ କରି ଗହଣା ଓ ଟଙ୍କା ଲୁଟ ଘଟଣା ଏବଂ ମହିଳାଙ୍କ ବେକରୁ ସୁନା ଚେନ ଓ ମାଳି ଝାମ୍ପିନେଇଥିବାର ୨ଟି ଘଟଣାରେ ଜଣେ ଗିରଫ ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତ ଫେରାର ହେବାରେ ସକ୍ଷମ ହୋଇଥିଲେ। ତେବେ ଫେରାର ହୋଇଯାଇଥିବା ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ବ୍ରହ୍ମପୁର ଲକ୍ଷ୍ମୀନୃସିଂହ ସାହିର ସୁରଜ ପାଢୀ ବୋଲି ଛତ୍ରପୁର ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାଏ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟ ୨୬ ରାତିରେ ମାଁ ଶାରଳା ସୁନା ଦୋକାନୀ ଦମ୍ପତିଙ୍କୁ କୋର୍ଟ ଷ୍ଟେସନ ଗଳାଶଙ୍ଖ ନିକଟରେ ୨ଜଣ ଦୃର୍ବୁତ୍ତ ଆକ୍ରମଣ କରିଥିଲେ। ଏଥିସହ ସୁନା, ରୂପା ଓ ନଗଦ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ସେହିପରି ୨୦୨୦ ଡିସେମ୍ବର ୧୪ରେ ସ୍ପଷ୍ଟଦିବାଲୋକରେ ଜାମସେଦପୁରପୁରର ଆଶା ଦେବୀଙ୍କଠାରୁ ପାତ୍ରସାହି ନିକଟରୁ ଦୃର୍ବୁତ୍ତମାନେ ସୁନା ଚେନ ଓ ମାଳି ଝାମ୍ପିନେବାରେ ସଫଳ ହୋଇଥିଲେ। ତେବେ ଏହି ଦୁଇଟି ଘଟଣାରେ ପୂର୍ବରୁ ବ୍ରହ୍ମପୁରର ଶିବ ମହାନ୍ତି ଗିରଫ ହୋଇଥିବା ବେଳେ ଅନ୍ୟତମ ଅଭିଯୁକ୍ତ ସୁରଜ ପାଢୀ ଫେରାର ଥିଲେ। କିଛି ମାସ ପରେ ହେଉ ନା କାହିଁକି ଶେଷରେ ସୁରଜଙ୍କୁ ଗିରଫ କରିବାରେ ସଫଳ ହୋଇଛି ଛତ୍ରପୁର ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri