ଏନ୍‌ବିଡବ୍ଲ୍ୟୁରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୨-ବ୍ରହ୍ମପୁର ସଦର ଥାନା ପୋଲିସ ଜାମିନବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଦକ୍ଷିଣପୁର ଗ୍ରାମର ରାମକୃଷ୍ଣ ନାହାକ ଓରଫ ବୁଲୁ (୪୪)। ଏକ ଡକାୟତି ଉଦ୍ୟମ ମାମଲାରେ ସମ୍ପୃକ୍ତି ରହି ୧୧ ବର୍ଷ ଧରି ଫେରାର ଥିବା ରାମକୃଷ୍ଣଙ୍କୁ ପୋଲିସ ରବିବାର ରାତିରେ ଗିରଫ କରିଥିଲା। ସୋମବାର ଏନ୍‌ବିଡବ୍ଲ୍ୟୁ ଜିଆର୍‌ ନମ୍ବର ୧୧୯୭/୧୧ରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପ୍ରକାଶ ଯେ, ୨୦୧୧ ନଭେମ୍ବର ୧୧ରେ ବଡ଼ବଜାର ଥାନା ଅନ୍ତର୍ଗତ ପାଣ୍ଡବନଗରରେ ଏକ ଡକାୟତି ପାଇଁ ଯୋଜନା ଚାଲିଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ପୋଲିସ ୬ଜଣଙ୍କୁ ଗିରଫ କରିଥିବା ବେଳେ ରାମକୃଷ୍ଣ ପୋଲିସକୁ ଆକ୍ରମଣକରି ଫେରାର ହୋଇଯାଇଥିଲେ। ପରେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ଉକ୍ତ ମାମଲାର ବିଚାର ବେଳେ ସେ କୋର୍ଟରେ ହାଜରହୋଇ ନ ଥିଲେ। କୋର୍ଟ ରାମକୃଷ୍ଣଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି କରିଥିଲେ। ଉକ୍ତ ୱାରେଣ୍ଟ ବଳରେ ପୋଲିସ ରାମକୃଷ୍ଣଙ୍କୁ ଗିରଫ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri