ବେଙ୍ଗଲ-ଓଡ଼ିଶା ସୀମାରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମେଡିକାଲ କଲେଜ, ଇଞ୍ଜିନିୟରିଂ କଲେଜଠାରୁ ଆରମ୍ଭ କରି ବିଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ଦେବାକୁ କହି ଛାତ୍ରୀଛାତ୍ରଙ୍କୁ ଠକୁଥିବା ଜଣେ ଯୁବକଙ୍କୁ ସୋମବାର କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ ସ୍କ୍ବାଡ୍‌ ଟିମ୍‌ ବେଙ୍ଗଲ-ଓଡ଼ିଶା ସୀମାରୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଯାଜପୁର ଜିଲା ନାରଣପୁରର ସୁମିତ୍‌ କୁମାର ବିଶ୍ୱାଳ। ସୁମିତ ମୁଖ୍ୟତଃ କମ୍‌ ମାର୍କ ରଖିଥିବା ଧନିକ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ନିଜ ଜାଲରେ ଫସାଉଥିଲେ। ଦେଶ ବାହାର ତଥା ଦେଶ ମଧ୍ୟରେ ଥିବା ବଡ ବଡ କଲେଜରେ ନାମ ଲେଖାଇଦେବାର ବିଶ୍ୱାସ ଜନ୍ମାଇ ଛାତ୍ରୀଛାତ୍ରଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଠକି ନେଉଥିଲେ। ସୁମିତଙ୍କ ନାମରେ କମିଶନରେଟ ପୋଲିସର ଏକାଧିତ୍କ ଥାନାରେ ମାମଲା ରହିଥିବା ବେଳେ କେବଳ ଲିଙ୍ଗରାଜ ଥାନାରେ ୪ ଅଭିଯୋଗ ରହିଛି। ଏପର୍ଯ୍ୟନ୍ତ ତାଙ୍କ ନାମରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ନେଇ ଅଭିଯୋଗ ଆସିସାରିଥିବା ବେଳେ ଆଗକୁ ଏଥିରେ ଆହୁରି ବୃଦ୍ଧି ଘଟିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଆଗକୁ ସୁମିତଙ୍କୁ ରିମାଣ୍ଡରେ ଅଣାଯାଇ ଠକେଇ ସମ୍ପର୍କରେ ଅଧିକ ଖୋଳତାଡ କରାଯିବ ବୋଲି ଡିସିପି ଉମାଶଙ୍କର ଦାଶ କହିଛନ୍ତି।
ସୂଚନା ଅନୁଯାୟୀ, ସୁମିତଙ୍କ ବିରୋଧରେ କମିଶନରେଟ୍‌ ପୋଲିସର ଏକାଧିକ ଥାନାରେ ଅଭିଯୋଗ ଆସିବା ପରେ ତାଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଏନେଇ ଡିସିପି ଉମାଶଙ୍କର ତଦନ୍ତ ଭାର ସ୍ପେଶାଲ୍‌ ସ୍କ୍ବାଡ୍‌କୁ ଦେଇଥିଲେ। ପରେ ସ୍ପେଶାଲ୍‌ ସ୍କ୍ବାଡ ପକ୍ଷରୁ ଘଟଣାର ତଦନ୍ତ କରାଯିବା ସହ ସୁମିତଙ୍କ ଉପରେ ନଜର ରଖାଯାଇଥିଲା। ସୁମିତ ଠକେଇ ଟଙ୍କାରେ କୋଲକାତାରେ ରହି ବିଳାସ ବ୍ୟସନ ଜୀବନ ବିତାଉଥିବା ତଦନ୍ତ ସମୟରେ ପୋଲିସ ଜାଣିବାକୁ ପାଇଥିଲା। ଏନେଇ ସ୍ପେଶାଲ୍‌ ସ୍କ୍ବାଡ୍‌ର ଏକ ଟିମ୍‌ କୋଲକାତା ଯାଇଥିଲା। ସେଠାରେ ସୁମିତ୍‌ ରହୁଥିବା ହୋଟେଲ୍‌ ଉପରେ ପୋଲିସ ନଜର ରଖିଥିଲା। ତେବେ ଏହା ଜାଣିପାରି ସୁମିତ ରବିବାର ସେଠାରୁ ଖସି ଓଡ଼ିଶା ପଳାଇ ଆସିବାକୁ ଉଦ୍ୟମ କରିଥିଲେ। ମାତ୍ର ପୋଲିସ ତାଙ୍କ ପିଛା କରିବା ସହ ବେଙ୍ଗଲ-ଓଡ଼ିଶା ସୀମା ନିକଟରେ ତାଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri