ଯୁବତୀଙ୍କୁ ଅପରହଣ, ହତ୍ୟା ଧମକ: ଅଭିଯୁକ୍ତ ଗିରଫ

ବଡ଼ବିଲ,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଟ୍‌ବ୍ୟାଙ୍କ ନିକଟସ୍ଥ ଏକ ଜେରକ୍ସ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବତୀଙ୍କୁ ଟଣାଓଟରା ଏବଂ ଯୁବତୀଙ୍କୁ ଉଦ୍ଧାର କରିଥିବା ଦୋକାନ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଏବଂ ଜଣେ ବାଳ ଅପରାଧୀଙ୍କୁ ଶନିବାର ଗିରଫ ପୂର୍ବକ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ପିଏଚ୍‌ଡି ମାଗାଜିନ ହଟିଂ ଅଞ୍ଚଳରେ ରହୁଥିବା ନବୀନ କର୍ମକାର।
ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ଯୁବତୀ ଜଣକ ଜେରକ୍ସ ଦୋକାନରେ କାର୍ଯ୍ୟରତ ଥିଲାବେଳେ ଅଭିଯୁକ୍ତ ନବୀନ ସେଠାରେ ପହଞ୍ଚି ଯୁବତୀଙ୍କୁ ମୋବାଇଲ ନମ୍ବର ମାଗିଥିଲେ। ମୋବାଇଲ ନମ୍ବର ନ ଦେବାରୁ ଯୁବତୀଙ୍କୁ ଦୋକାନ ବାହାରକୁ ଟାଣି ନେଇଥିଲେ ନବୀନ। ଏହାର ବିରୋଧ କରିବାରୁ ନବୀନ, ଯୁବତୀଙ୍କୁ ଟଣାଓଟରା କରିବା ସହ ହତ୍ୟା ଓ ଅପହରଣ ଧମକ ଦେଇଥିଲେ। ଯୁବତୀଙ୍କ ପାଟି ଶୁଣି ଦୋକାନ ମାଲିକ ଆସି ନବୀନଙ୍କ କବଳରୁ ଯୁବତୀଙ୍କୁ ଉଦ୍ଧାର କରିଥିଲେ। କିଛି ସମୟ ପରେ ନବୀନ ଉକ୍ତ ଦୋକାନ ମାଲିକଙ୍କୁ ପିଏଚ୍‌ଡି ଛକକୁ ଡାକିଥିଲେ। ଦୋକାନ ମାଲିକ ପିଏଚ୍‌ଡିରେ ପହଞ୍ଚିବା ମାତ୍ରେ ନବୀନ ଓ ତାଙ୍କ ସହଯୋଗୀ ବାଳ ଅପରାଧୀ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରି ଆହତ କରିଥିଲେ। ତେବେ ଦୋକାନ ମାଲିକ କୌଣସି ମତେ ସେଠାରୁ ଖସିଯିବାକୁ ସକ୍ଷମ ହୋଇଥିଲେ। ଏ ନେଇ ପୀଡ଼ିତା ଯୁବତୀ ବଡ଼ବିଲ ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ. ୧୦୩/୨୨ରେ ଏକ ମାମଲା ରୁଜୁ କରିଥିଲା। ତେବେ ପୋଲିସ ଘଟଣାର ତଦନ୍ତ କରି ସଂପୃକ୍ତ ମୁଖ୍ୟ ଅଭିଯୁକ୍ତ ନବୀନ ଓ ସହଯୋଗୀ ବାଳ ଅପରାଧୀଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?