Posted inଜାତୀୟ

ସୁପ୍ରିମକୋର୍ଟରେ ପହଞ୍ଚିଲା ଅତିିକ,ଅଶ୍ରଫ୍‌ ହତ୍ୟା ମାମଲା

ନୂଆ ଦିଲ୍ଲୀ,୧୭।୪: ପୋଲିସ ହେପାଜତରେ ହତ୍ୟା କରାଯାଇଥିବା ମାଫିଆ ଅତିିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ଙ୍କ ହତ୍ୟା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛି। ହତ୍ୟା ଘଟଣାର ତଦନ୍ତ ନେଇ ସର୍ବୋଚ୍ଚ ଅଦାଲତରେ ଏକ ପିଟିସନ ଦାଖଲ ହୋଇଛି। ଦାଖଲ ହୋଇଥିବା ଆବେଦନରେ ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତିଙ୍କ ଦ୍ୱାରା ମାମଲା ଶୁଣାଣି କରାଯିବାକୁ ମଧ୍ୟ ଦାବି କରାଯାଇଛି। ଆବେଦନକାରୀ ୨୦୧୭ରୁ ଉତ୍ତରପ୍ରଦେଶରେ ହୋଇଥିବା ଏନକାଉଣ୍ଟର ଯାଞ୍ଚ ପାଇଁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ବିଶେଷଜ୍ଞ କମିଟି ଗଠନ ପାଇଁ ମଧ୍ୟ ଆବେଦନ କରିଛନ୍ତି।
ଆଇନଜୀବୀ ବିଶାଲ ତିୱାରୀ ଏହି ପିଟିସନ ଦାଖଲ କରାଯାଇଛି। ୨୦୧୭ରୁ ଆଜି ଯାଏଁ ହୋଇଥିବା ୧୮୩ଟି ଏନକାଉଣ୍ଟର ଯାଞ୍ଚ ପାଇଁ ଏହି ଯାଚିକାରେ ଆବେଦନ କରାଯାଇଛି। ୟୁପିରେ ହୋଇଥିବା ଏନକାଉଣ୍ଟର ସମ୍ପର୍କରେ ଉତ୍ତରପ୍ରଦେଶର ପୋଲିସ୍‌ ମହାନିର୍ଦ୍ଦେଶକ (ଲ୍‌ ଆଣ୍ଡ ଅର୍ଡର) କହିଛନ୍ତି, ଏହି ହାଇପ୍ରୋଫାଇଲ୍‌ ହତ୍ୟାକାଣ୍ଡର ସୂଚାରୁ ରୂପେ ତଦନ୍ତ କରିବାକୁ ସେ ମଧ୍ୟ ଦାବି କରିଛନ୍ତି।
ତେବେ ଅନ୍ୟ ନକଲି ଏନକାଉଣ୍ଟରର ଖୁଲାସା ପାଇଁ ଆଡଭୋକେଟ ବିଶାଲ ତିୱାରୀ ଦାବି କରିଛନ୍ତି। ଏହା ବ୍ୟତୀତ ୨୦୨୦ରେ କାନପୁର ବିକାରୁ ଏନକାଉଣ୍ଟର ଯାଞ୍ଚ ପାଇଁ ମଧ୍ୟ ସେ ଦାବି କରିଛନ୍ତିି। ଏହି ଏନକାଉଣ୍ଟରରେ ବିକାଶ ଦୁବେ ଏବଂ ତାଙ୍କ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri