ବିଷ ପିଇ ଜୀବନ ହାରିଲେ ନାବାଳିକା: ବନ୍ଧାହେଲେ ଅଭିଯୁକ୍ତ ପ୍ରେମିକ

କୋକସରା,୨୦ା୪(ଡି.ଏନ.ଏ.): ପ୍ରେମ ପ୍ରତାରଣାର ଶିକାର ହୋଇ ଜଣେ ନାବାଳିକା ଲୋକଲଜ୍ଜା ସହି ନ ପାରି ବିଷ ପିଇ ଗୁରୁତର ହୋଇପଡିଥିଲେ। ଏକ ମାସ ହେଲା ନାବାଳିକ ବୁର୍ଲା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଥିଲେ। ଏମିତି ଏକ ସ୍ପର୍ଶକାତର ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ବେହେରା ପଞ୍ଚାୟତର ନୁନପାଣି ଗାଁରେ । ଏହି ଘଟଣାରେ ଅଭିଯୁକ୍ତ ପ୍ରେମିକ ସମୀର ପୂଝାରୀ(୨୧)ଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି ।

ପ୍ରକାଶ ଯେ, ଗତ ରବିବାର ବୁର୍ଲାରେ ନାବାଳିକାଙ୍କ ମୃତ୍ୟୁ ପରେ ମୃତଦେହ ଗାଁକୁ ଅଣାଯାଇଥିଲା। ହେଲେ ାବାଳିକାଙ୍କ ପରିବାର ଲୋକେ ସାମାଜିକ ବାସନ୍ଦ ଭୟରେ ଅନ୍ୟ ଜାତିକୁ ଝିଅ ଯାଇଥିବା କହି ମୃତଦେହ ନେଇ ନ ଥିଲେ। ଅନ୍ୟପକ୍ଷେ ନାବାଳିକାଙ୍କ ମୃତଦେହକୁ ପୋଲିସ, ଜନପ୍ରତିନିଧି ଓ ଖବରଦାତା କାନ୍ଧ ଦେଇ ଅନ୍ତିମ ସଂସ୍କାର କରି ମାନବିକତା ଦେଖାଇଥିଲେ। ଏହି ଘଟଣାରେ ପ୍ରତାରକ ପ୍ରେମିକଙ୍କୁ ଗିରଫ ପାଇଁ ଦାବି କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରି ନୁନପାଣି ଗ୍ରାମର ଅଭିଯୁକ୍ତ ପ୍ରେମିକ ସମୀରଙ୍କୁ ଗିରଫ କରିଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୧୨୧/୨୩) ରୁଜୁ କରିଛି। ଘଟଣାର ଅଧିକ ତଦନ୍ତ ଚାଲିଥିବା କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri