ପ୍ରେମ ପରେ ପ୍ରତାରଣା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ଅଭିଯୁକ୍ତ ପ୍ରେମିକ

ରୂପ୍‌ସା, ୧୬।୭(ଡି.ଏନ.ଏ.)-ଦିଲ୍ଲୀରେ ଜଣେ ଯୁବତୀଙ୍କୁ ପ୍ରେମ ପରେ ପ୍ରତାରଣା ଘଟଣା ଓଡ଼ିଆ ଯୁବକଙ୍କ ପାଇଁ ମହଙ୍ଗା ପଡିଛି। ଶେଷରେ ଅଭିଯୁକ୍ତ ପ୍ରେମିକଙ୍କୁ ପୋଲିସ ଗିରଫ କରିଛି। ବିବାହ ଲାଗି ପ୍ରେମିକା ଅଡିବସିଥିଲେ ମଧ୍ୟ ପ୍ରେମିକଙ୍କ ପରିବାରବର୍ଗ ଅସ୍ବୀକାର କରିବାରୁ ପୋଲିସ ବାଧ୍ୟ ହୋଇ ଏକ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପ୍ରେମିକ ହେଲେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଓଡ଼ିଆଶାସନ ଗ୍ରାମର ବିଶ୍ୱଜିତ ବିଶ୍ୱାଳ।
ଅଭିଯୋଗ ମୁତାବକ, ବିଶ୍ୱଜିତ ନଏଡ଼ାର ଏକ କମ୍ପାନୀରେ ଚାକିରି କରୁଥିଲେ। ସେହି କମ୍ପାନୀରେ ଚାକିରି କରୁଥିବା କୋଲକାତାର ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ସେ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଦୀର୍ଘ ୪ବର୍ଷ ଧରି ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରି ଓଡ଼ିଶା ଚାଲିଆସିଥିଲେ। ଏଠାରେ ତାଙ୍କର ଅନ୍ୟ ଜଣେ ଝିଅ ସହ ଗତ ମଙ୍ଗଳବାର ବାହାଘର ଠିକ୍‌ ହୋଇଥିଲା। ପ୍ରେମିକା ଜଣକ ଖୋଜିଖୋଜି ଆସି ଗତ ସୋମବାର ପ୍ରେମିକଙ୍କ ଘରେ ପହଞ୍ଚତ୍ ବିବାହ କରିବା ଦାବିରେ ଧାରଣାରେ ବସିରହିଥିଲେ। ପ୍ରେମିକ ଫେରାର ହୋଇଯିବା ପରେ ମଙ୍ଗଳବାର ଯୁବତୀ ଜଣକ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଥିଲେ। ରୂପ୍‌ସା ଥାନା ଆଇଆଇସି ବିଶ୍ୱଜ କୁମାର ରାଉତରାୟ ଉଭୟ ପ୍ରେମୀଯୁଗଳଙ୍କୁ ଥାନାରେ ପଚରାଉଚୁରା କରି ସମାଧାନ ପାଇଁ ଚେଷ୍ଟା କରିଥିଲେ। ମାତ୍ର ଯୁବତୀ ଜଣକ ବିବାହ ପାଇଁ ଅଡି ବସିବାରୁ ଯୁବକ ଓ ତାଙ୍କ ପରିବାରବର୍ଗ ଏଥିରେ ରାଜି ହୋଇ ନ ଥିଲେ। ବିବାହ ନ କଲେ ପ୍ରେମିକଙ୍କୁ ୪ଲକ୍ଷ ଟଙ୍କା ଦେବା ପାଇଁ ପ୍ରେମିକା ସର୍ତ୍ତ ରଖିଥିଲେ। ମାତ୍ର ଏହି ସର୍ତ୍ତରେ ସେ ରାଜି ହୋଇ ନ ଥିଲେ। ବୁଧବାର ଏ ସଂକ୍ରାନ୍ତରେ ଏକ ମାମଲା (ନଂ. ୬୨/୨୦) ରୁଜୁ କରି ପୋଲିସ ଅଭିଯୁକ୍ତ ପ୍ରେମିକଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri