ଜେଲରେ ସାମ୍ବାଦିକତା ପରୀକ୍ଷା ଦେଲେ ଅଭିଯୁକ୍ତ ପୁଞ୍ଜିଲାଲ୍‌

ବଲାଙ୍ଗୀର ଅଫିସ,୧୨।୩: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍‌ ମେହେର ବଲାଙ୍ଗୀର ଜିଲା କାରାଗାରରେ ଶନିବାର ଗଣମାଧ୍ୟମ ଓ ଗଣଯୋଗାଯୋଗ ବିଷୟରେ ସ୍ନାତକୋତ୍ତର ପ୍ରଥମ ସେମିଷ୍ଟର ପରୀକ୍ଷା ଦେଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ଜଣେ ପରୀକ୍ଷକ ଜେଲ୍‌କୁ ଆସି ଏହି ପରୀକ୍ଷା ପରିଚାଳନା କରିଥିବା ଜେଲ ସୂତ୍ରରୁ ଜଣାପଡ଼ିଛି। ୨୦୧୮ ମସିହା ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲ ଗିରଫ ହୋଇଥିଲେ। ପ୍ରଥମେ ପାଟଣାଗଡ଼ ଉପକାରାଗାରରେ ତାଙ୍କୁ ରଖାଯାଇଥିଲା। ସେଠାରୁ କଏଦୀ ଚମ୍ପଟ ମାରିବା ଉଦ୍ୟମ ଅଭିଯୋଗ ଆସିବା ପରେ ପାଟଣାଗଡ଼ ଜେଲରୁ ତାଙ୍କୁ ବଲାଙ୍ଗୀର ଜିଲା କାରାଗାରକୁ ସ୍ଥାନାନ୍ତର କରାଯାଇଥିଲା। ଜେଲରେ ସେ ସମ୍ବଲପୁରସ୍ଥିତ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଗଣମାଧ୍ୟମ ଏବଂ ଗଣଯୋଗାଯୋଗ କୋର୍ସରେ ସ୍ନାତକୋତ୍ତର ପାଠକ୍ରମରେ ନାମ ଲେଖାଇଥିଲେ। ଚଳିତବର୍ଷ ଏହି କୋର୍ସ ପାଇଁ ଅନୁଷ୍ଠିତ ପରୀକ୍ଷା ଦେଇଛନ୍ତି। ଜେଲ ଅଧୀକ୍ଷକ ସର୍ବେଶ୍ୱର ସାହୁଙ୍କୁ ଏନେଇ ପଚାରିବାରୁ ଅଭିଯୁକ୍ତ ପୁଞ୍ଜିଲାଲ ଗଣମାଧ୍ୟମ ଏବଂ ଗଣଯୋଗାଯୋଗ ବିଷୟରେ ଏମ୍‌ଏ ପାଠ୍ୟକ୍ରମ ପାଇଁ ପରୀକ୍ଷା ଦେଇଛନ୍ତି ବୋଲି ସୂଚନା ଦେଇଥିଲେ। ୨୦୧୮ରେ ପାଟଣାଗଡ଼ ବ୍ଲକ ଛକ ନିବାସୀ ଅଧ୍ୟାପକ ରବୀନ୍ଦ୍ର କୁମାର ସାହୁଙ୍କ ଘରେ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଅଧ୍ୟାପକ ସାହୁଙ୍କ ନବବିବାହିତ ପୁତ୍ର ସୌମ୍ୟଶେଖର, ଜେଜେମା’ ଜେମାମଣି ଦେବୀଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଘଟଣାର ତଦନ୍ତ କରି କ୍ରାଇମ୍‌ବ୍ରାଞ୍ଚ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri