ଘରେ ପଶି ମହିଳାଙ୍କୁ ହତ୍ୟା ଧମକ: ପଡ଼ିଲା ମହଙ୍ଗା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ.ନୂଆଗାଁ ଥାନା ରାଇଗୁଡ଼ା ଗ୍ରାମର ମମତା ଦଳାଇଙ୍କୁ ଘରେ ପଶି ଜୀବନରେ ମାରି ଦେବାକୁ ଧମକ ଦେବା ଓ ସୁନା ଗହଣା ଲୁଟି ନେବା ଅଭିଯୋଗରେ ରବିବାର ଜଣଙ୍କୁ ନୂଆପଡ଼ା ଫାଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ରାଇଗୁଡ଼ା ଗ୍ରାମର ପବିତ୍ର ପାଇକ।

ଥାନା ମାମଲା ନଂ.୩୩୫/୨୫ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ପବିତ୍ରଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଯାଇଛି। ଶୁକ୍ରବାର ଅପରାହ୍ନରେ ଘରେ କେହି ନ ଥିବା ବେଳେ ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ପବିତ୍ର ଏବଂ ତାଙ୍କ ୨ ସହଯୋଗୀ ମମତାଙ୍କ ଘରେ ପଶି ତାଙ୍କୁ ଗାଳିଗୁଲଜ କରି ଆସବାବପତ୍ର ଫୋପାଡା ଫିଙ୍ଗା କରିଥିଲେ। ତାଙ୍କୁ ଭୟଭୀତ କରି ସୁନା ଅଳଙ୍କାର ଲୁଟି ନେଇଥିଲେ।

ଗର୍ଭବତୀ ଥିବା ମମତାଙ୍କ ଯାଆ ଚାଷଜମିରୁ କାମସାରି ଘରକୁ ଫେରିବା ପରେ ଘର ଭିତରେ ପବିତ୍ର ଥିବା ଦେଖିବାକୁ ପାଇଥିଲେ। ଘଟଣା କଣ ପଚାରିବାରୁ ତାଙ୍କୁ ମଧ୍ୟ ଅଭିଯୁକ୍ତ ଆପତ୍ତିଜନକ ଭାଷାରେ ଗାଳି କରି ଅସଦାଚରଣ ପ୍ରଦର୍ଶନ କରିବାକୁ ପଛାଇ ନ ଥିଲେ।

ପାଟି ଶୁଣି ମମତାଙ୍କ ଦିଅର ଦୌଡ଼ି ଆସି ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ମମତା କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଘଟଣା ପରଦିନ ରାତିରେ ପୁଣି ଅଭିଯୁକ୍ତ ପବିତ୍ର ମମତାଙ୍କ ଘର ପାଖକୁ ଆସି ତୁ ମୋ ନାଁ ରେ କେସ୍‌ କରିଛୁ ପରା ତୋତେ ଜୀବନରେ ମାରିଦେବି ବୋଲି ଧମକ ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଏହାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ତଥା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri