ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…

ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା ଲାଞ୍ଜିପଲ୍ଲୀ ଖଜୁରିଆରୋଡ଼ ପୋଲିସ ସାହି ସୋମନାଥ ନଗରର କାର୍ତ୍ତିକ ବେହେରା ଓରଫ ରାଜା ଓରଫ ଆନ୍ନା।

ପୋଲିସ କାର୍ତ୍ତିକଙ୍କୁ ପାତ୍ରପୁର କୋର୍ଟକୁ ଚାଲାଣ କରିଛି। ସେ ଦୀର୍ଘଦିନ ହେଲା ଫେରାର ଥିଲେ। ଏନେଇ ଥାନା ଏକ ମାମଲା ନଂ.୪୧/୨୫ ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ନୂଆଦିଲ୍ଲୀ ସ୍ଥିତ ଏକ ଘରୋଇ ଫାଇନାନ୍ସ ସଂସ୍ଥାର ଏଜେଣ୍ଟ ବିହାରର ରବୀନ୍ଦ୍ର କୁମାର, କଟକ ଜିଲା ଗୋବିନ୍ଦପୁର ଗ୍ରାମର ବ୍ରହ୍ମାନନ୍ଦ ପାତ୍ର, କଟକ ତୁଳସୀପୁର ମଠସାହିର ଅହମ୍ମଦ ଖାନ୍‌, ଭୁବନେଶ୍ୱର ପାହାଳ ଥାନା ଅନ୍ତର୍ଗତ ଗଡ଼ ନହରକଣ୍ଟା ଗ୍ରାମର ଅମରଜିତ୍‌ ସାମନ୍ତସିଂହାରଙ୍କୁ ଅଭିଯୁକ୍ତ ଏବଂ ତାଙ୍କ ସହଯୋଗୀମାନେ ଗତ ଜାନୁଆରୀ ୨୩ ତାରିଖରେ ଅପହରଣ କରି ନେଇଥିଲେ। ପରେ ସେମାନଙ୍କୁ ମୁଣ୍ଡ ଜାମିନ ରଖି ୧ କୋଟି ଟଙ୍କା ମାଗିଥିଲେ।

ଏପରିକି ସେମାନଙ୍କୁ କେ.ନୂଆଗାଁ ଥାନା ଅନ୍ତର୍ଗତ ଚିକିଟିଗଡ଼ ତହସିଲ କାର୍ଯ୍ୟାଳୟ ପଛପଟେ ଥିବା ଏକ ଅବ୍ୟବହୃତ କୁଡିଆରେ ହାତଗୋଡ଼ ବାନ୍ଧି ନିସ୍ତୁକ ମାଡ଼ ମାରିବା ସହ ନାଗସାପ ଆଣି ଦଂଶନ ଭୟ ଦେଖାଉଥିଲେ।

ଅଭିଯୁକ୍ତ କାର୍ତ୍ତିକ ଏବଂ ତାଙ୍କ ସହଯୋଗୀମାନେ ଫାଇନାନ୍ସ ସଂସ୍ଥାର କର୍ମଚାରୀ ରବୀନ୍ଦ୍ରଙ୍କୁ ଏକ ପ୍ରୋଜେକ୍ଟ ପାଇଁ ଟଙ୍କା ଆବଶ୍ୟକ ଥିବା ବାହାନାରେ ଡକାଇଥିଲେ। ରବୀନ୍ଦ୍ରଙ୍କ ସମେତ ସଂସ୍ଥାର ଅନ୍ୟ ୩ କର୍ମଚାରୀ ଭୁବନେଶ୍ୱରରୁ ବ୍ରହ୍ମପୁର ଆସିଥିଲେ। ଅଭିଯୁକ୍ତମାନେ ସେମାନଙ୍କୁ ୨ଟି କାରରେ ନେଇ ନିସ୍ତୁକ ମାଡ଼ ମାରି ୧ କୋଟି ଟଙ୍କା ମାଗିଥିଲେ। ଟଙ୍କା ନ ଦେଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ଅପହୃତ ଅମରଜିତ୍‌ କୌଶଳ କ୍ରମେ ଜାନୁଆରୀ ୨୬ ତାରିଖରେ ଅପହରଣକାରୀଙ୍କ
କବଳରୁ ଖସିଆସି ନିକଟରେ ଥିବା ଚିକିଟି ତହସିଲଦାରଙ୍କ କ୍ୱାର୍ଟର୍ସ ଭିତରେ ପଶିଯାଇ ଆମକୁ ରକ୍ଷା କର ବୋଲି ଚିତ୍କାର କରିଥିଲେ। ତହସିଲଦାର ବିଶ୍ୱରଞ୍ଜନ କଅଁର ଘଟଣା
ସମ୍ପର୍କରେ ଜାଣିବା ପରେ କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ ଏବଂ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲଙ୍କୁ ଫୋନ ଯୋଗେ ଜଣାଇଥିଲେ।

ପୋଲିସ ଟିମ୍‌ ପହଞ୍ଚି ଅମରଜିତ୍‌ଙ୍କ ସୂଚନା କ୍ରମେ ଉକ୍ତ ପରିତ୍ୟକ୍ତ କୁଡିଆରୁ ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରିଥିଲା। ସେଠାରେ ଗଞ୍ଜେଇ ଗଛ ସବୁ କଟାଯାଇ ଗଦା ହୋଇଥିବା ମଧ୍ୟ ଦେଖାଯାଇଥିଲା। ଖବରପାଇ ଅବକାରୀ ଟିମ ପହଞ୍ଚି ସେଗୁଡିକୁ ନଷ୍ଟ କରିିଥିଲେ।

ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘର ବାଡ଼ିପଟେ ଥିବା ଏକ କୁଡ଼ିଆ ମଧ୍ୟରେ ସେମାନଙ୍କୁ ବନ୍ଧକ ରଖାଯାଇଥିଲା। ପୋଲିସ ଏହି ମାମଲାରେ ସମ୍ପୃକ୍ତ ଥିବା ପୃଥ୍ବୀରାଜ ସାହୁ, ଶଶିକାନ୍ତ ବେହେରା, ପ୍ରବୀର କୁମାର ସାହୁ ଓରଫ ପପୁ, ନୂତନ କୁମାର ପାତ୍ର, ସାଗର ପ୍ରସାଦ ସାହୁ, ଦଣ୍ଡ ମହାରଣା, ରବୀନ୍ଦ୍ର କୁମାର ମହାନ୍ତି, ଟି.ଗଣେଶ ରାଓ, କାର୍ତ୍ତିକ ବେହେରା, କେ.ସୁନୀଲ ରାଓ ଓରଫ ଚିନିଙ୍କୁ ଗତ ମାର୍ଚ୍ଚ ୪ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତ କାର୍ତ୍ତିକଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ପରେ ହାଇକୋର୍ଟ ତାଙ୍କୁ କୋର୍ଟରେ ଆତ୍ମ ସମର୍ପଣ ପାଇଁ ଆଦେଶ ଦେଇଥିବା ବେଳେ ସେ ଫେରାର ହୋଇ ଆନ୍ଧ୍ରପ୍ରଦେଶ ଟେକିଲି ଗ୍ରାମରେ ରହୁଥିଲେ।

ସେ ସରକାରୀ ଚାକିରୀ କରାଇଦେବି କହି ରମ୍ଭା ଥାନା ସାବୁଳିଆ ଗ୍ରାମର ରଞ୍ଜିତ ସେଠୀଙ୍କ ଠାରୁ ୬ ଲକ୍ଷ ଏବଂ ଜଗନ୍ନାଥପାଟଣା ଗ୍ରାମର ନିରଞ୍ଜନ ସେଠୀଙ୍କ ଠାରୁ ୧ଲକ୍ଷ ଓ ସମସ୍ତ ଶିକ୍ଷାଗତ ପ୍ରମାଣପତ୍ର ନେଇଯାଇଛନ୍ତି। ଏନେଇ କାର୍ତ୍ତିକଙ୍କ ନାଁରେ ରମ୍ଭା ଥାନାରେ ମାମଲା ରଖିଥିବା କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri