ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନବରଙ୍ଗପୁର(ହିର୍ଲି ଡଙ୍ଗର) ଅଞ୍ଚଳର ସୁକେନ ଗୌଡ଼ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଗୁରୁବାର ଡହଗାଁ ରେ ସୁକେନ ଗୌଡ଼ ବାଘ ଛାଲ ବିକ୍ରି କରିବା ପାଇଁ ଯୋଜନା କରୁଥିବା ବେଳେ ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଏସିଏଫ ପ୍ରଫୁଲ୍ଲ ଧରୁଆଙ୍କ ତତ୍ୱାବଧାନରେ ଚଢାଉ କରାଯାଇ ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ ବାଘ ଛାଲ, ନଖ ଏବଂ ଦାନ୍ତ ଜବତ କରିଥିଲା। ବନ ବିଭାଗ ଅଭିଯୁକ୍ତ ସୁକେନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରିଛି।

ଅନ୍ୟପକ୍ଷେ ଏହି ରାକେଟ ପଛରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ସେନେଇ ବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି। ଚଢ଼ାଉରେ ଧର୍ମଗଡ଼ ବନାଞ୍ଚଳ ଅଧିକାରୀ ସୀମାଞ୍ଚଳ ମିଶ୍ର, ସହିତ ବେହେରା, ସେକ୍ସନ ଫରେଷ୍ଟର କ୍ଷୀରୋଦ ଚନ୍ଦ୍ର ସେଠ, ବନରକ୍ଷୀ ଲଳିତ ନାଏକ, ପ୍ରଭାସିନୀ ଗୋପାଳ, ପାରାଷ୍ଟାଫ କ୍ଷତ୍ରିଅ ନାଏକ, ମାନସ ସା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ

ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri