ଚୋରି ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ: ବର୍ଷେ ସଶ୍ରମ କାରାଦଣ୍ଡ, ୨ ହଜାର ଟଙ୍କା ଜରିମାନା

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଏକ ଚୋରି ମାମଲା (ଜିଆର -୫୪୪/୨୪)ର ଚୂଡାନ୍ତ ରାୟ ପ୍ରକାଶ କରି ଶୁକ୍ରବାର ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ପାଟପୁର ଥାନା ଜଗନ୍ନାଥପୁର ଗ୍ରାମର ଜଗନ୍ନାଥ ବିଷୋୟୀ। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଭାରତୀୟ ନ୍ୟାୟ ସଂହିତା ଧାରା-୩୩୧(୪) ଏବଂ ୩୦୫ ଅନୁଯାୟୀ ଅଭିଯୁକ୍ତଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦୟେ ଅଧିକା ୧ ମାସ କାରାଦଣ୍ଡ ପାଇଁ ମାଜିଷ୍ଟ୍ରେଟ ଆଦେଶ ଦେଇଛନ୍ତି। ତେବେ ଅଭିଯୁକ୍ତ ଜଣକ ଏହି ଆଦେଶ ବିରୋଧରେ ଉପରିସ୍ଥ କୋର୍ଟରେ ଆବେଦନ କରିପାରିବେ ବୋଲି ରାୟରେ ଉଲ୍ଲେଖ ରହିଛି।

ସୂଚନା ପ୍ରକାରେ, ଗତ ୨୦୨୪ ନଭେମ୍ବର ୨୧ ତାରିଖ ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସମ୍ମୁଖରେ ଥିବା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସ ରେ ବିଭିନ୍ନ ବ୍ୟବସାୟ କରୁଥିବା ସୁମିତ ପଟ୍ଟନାୟକ,ଆଶିଷ ରାଉତ, ସନିଆ ଡାକୁଆ, ଜନାର୍ଦ୍ଦନ ନାୟକଙ୍କ ଦୋକାନ ଘର ତାଲା ଭାଙ୍ଗି ଲାପଟପ, ସେଲୁନ ସାମଗ୍ରୀ,ସିସିଟିଭି କ୍ୟାମେରା, ସ୍ପିକର ବକ୍ସ, ସିସିଟିଭି ଯନ୍ତ୍ରାଂଶ,ଖାଦ୍ୟ ସାମଗ୍ରୀ ଏବଂ ୧୭୩୦୦ ଟଙ୍କା ଚୋରି ହୋଇଥିଲା। ଘଟଣାର ପରଦିନ ସକାଳେ ଏନେଇ ଦୋକାନ ମାଲିକମାନେ ଜାଣିବା ପରେ ଦିଗପହଣ୍ଡି ଥାନାରେ ମିଳିତ ଭାବେ ଏତଲା ଦେଇଥିଲେ।

ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୪୬୩/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ନିଗମ ଚଦ୍ର ପ୍ରଧାନ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସାକ୍ଷ୍ୟ ମାନଙ୍କ ଉପସ୍ଥିତିରେ ତାଙ୍କ ନିକଟରୁ ତାଲା ଭାଙ୍ଗିବା ପାଇଁ ବ୍ୟବହୃତ ସାମଗ୍ରୀ ଏବଂ ଚୋରି ଲାପଟପ ଜବତ କରି ଗତ ୨୦୨୪ ନଭେମ୍ବର ୨୮ ତାରିଖରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲେ।ଏହି ଚୋରି ଘଟଣାର ସବିଶେଷ ତଦନ୍ତ କରି ତଦନ୍ତକାରୀ ଅଧିକାରୀ ଏଏସଆଇ ଗତ ଜାନୁଆରୀ ୨୫ ତାରିଖରେ ଅଭିଯୁକ୍ତଙ୍କ ବିରୋଧରେ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାରେ ସମୁଦାୟ ୧୦ ଜଣ ସାକ୍ଷୀଙ୍କ ବୟାନ ଲିପିବଦ୍ଧ କରାଯାଇଥିଲା। ସରକାରଙ୍କ ପକ୍ଷରୁ କ୍ୟାଡର ଏପିପି ବିପ୍ଲବ କୁମାର ମୁଦୁଲି ଏବଂ ସରକାରୀ ଓକିଲ ନକୁଳ ପ୍ରଧାନ ମାମଲା ପରିଚାଳନା କରୁଥିଲେ। ଗିରଫ ହେବା ପରଠାରୁ ଅଭିଯୁକ୍ତ ଜଣକ ଦିଗପହଣ୍ଡି ସବ ଜେଲରେ ଅନ୍ତେବାସୀ ଭାବେ ରହୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?