ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଜିଲା ଜଜ୍‌ଙ୍କୁ ଚିଠି ଲେଖିଲେ ଏସ୍‌ପି

କେନ୍ଦୁଝର,୧ା୨(ସ୍ବ.ପ୍ର.): ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ କେନ୍ଦୁଝର ପୋଲିସ ଜିଲା ଜଜ୍‌ଙ୍କୁ ଚିଠି କରିଥିବା ଜଣାପଡ଼ିଛି। ମୃତ୍ୟୁ ହୋଇଥିବା ଅଭିଯୁକ୍ତ ଜଣଙ୍କ ମିଲୁ ବାରିକ। ଘର ସୁନ୍ଦରଗଡ଼ ଜିଲାରେ ହୋଇଥିବା ବେଳେ ସେ କିଛି ବର୍ଷ ହେଲା ଜୁରୁଡ଼ି ଥାନା ଅଞ୍ଚଳରେ ରହୁଥିଲେ ବୋଲି ଜଣାପଡ଼ିଛି। ସେ ବଲାଣି ଥାନା ଅଞ୍ଚଳରେ ଗତ କିଛି ମାସ ତଳେ ଘଟିଥିବା ଡବଲ ମର୍ଡର ଘଟଣାରେ ଅଭିଯୁକ୍ତ ଥିଲେ ବୋଲି ପୋଲିସ କହିଛି। ତାଙ୍କୁ ବଡ଼ବିଲ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଧରି ଜୁରୁଡି ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ଅସୁସ୍ଥ ହେବାରୁ ରାତିରେ ଯୋଡ଼ାସ୍ଥିତ ଟିସ୍କୋ ମେଡ଼ିକାଲକୁ ଆଣିଥିଲା। ସେଠାରେ ମୃତ ଘୋଷଣା କରାଯାଇଥିଲା ବୋଲି ପୋଲିସ କହିଛି। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ଗୋଡ଼, ଜଙ୍ଘ, ଦେହରେ ଯେଉଁ ଭଳି କ୍ଷତଚିହ୍ନ ରହିଛି ତାହାକୁ ନେଇ ପୋଲିସ ମାଡ଼ ମାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ତେବେ ଏଭଳି ଅଭିଯୋଗକୁ ପୋଲିସ ଅସ୍ବୀକାର କରିଥିଲେ ହେଁ ଏହାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ତାଙ୍କୁ ଧରିବା ସମୟରେ ଧାଇଁ ପଳାଇବାକୁ ଉଦ୍ୟମ କରୁଥିବା ବେଳେ ପଡ଼ିଯାଇ କ୍ଷତାକ୍ତ ହୋଇଥିବା ପୋଲିସ ସଫେଇ ଦେଇଥିବା ବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ଜୋର୍‌ ଧରୁଛି। ଏ ନେଇ ଏସ୍‌ପି ମିତ୍ରଭାନୁ ମହାପାତ୍ର କହିଛନ୍ତି, ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଦ୍ୱାରା ତଦନ୍ତ ପାଇଁ ଜିଲା ଜଜ୍‌ଙ୍କୁ ଚିଠି କରିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ଏଭଳି ଘଟଣାକୁ ତୀବ୍ର ନିନ୍ଦା କରି ଦୋଷୀ ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ବିଧାୟକ ମୋହନ ମାଝି ଦାବି କରିଛନ୍ତି। ନଚେତ ଏହାକୁ ନେଇ ସରକାରଙ୍କୁ ଘେରାଉ କରାଯିବ। ମୁଖ୍ୟମନ୍ତ୍ରୀ ଖୋଦ୍‌ ଗୃହ ବିଭାଗ ଦାୟିତ୍ୱରେ ରହିଥିବା ବେଳେ ଏଭଳି ଅମାନବୀୟ ଘଟଣା ଘଟିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri