ଧାର ଟଙ୍କା ନ ଦେବାରୁ ହତ୍ୟା ମାମଲା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏକ ହତ୍ୟା ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି। ସେ ହେଲେ ପାଟପୁର ଥାନା ଅନ୍ତର୍ଗତ ପାଟପୁର ବଳିପେଣ୍ଠ ସାହିର ପ୍ରଶାନ୍ତ କୁମାର ସ୍ବାଇଁ ଓରଫ ଡୁଙ୍ଗେଇ (୨୫)। ଜେଲ ସହିତ ତାଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ ମାସ ସଶ୍ରମ ଜେଲ ଭୋଗିବେ ବୋଲି ରାୟରେ ଉଲ୍ଲେଖ ରହିଛି।
ମାମଲାର ବିବରଣୀରୁ ପ୍ରକାଶ, ୨୦୨୩ ଡିସେମ୍ବର ୨୮ ରାତିରେ ପାଟପୁରର ସୂର୍ଯ୍ୟ କୁମାର ସାହୁ (୩୩)ଙ୍କୁ ହତ୍ୟା କରାଯାଇଥିଲା। ସୂର୍ଯ୍ୟ ଦିଗପହଣ୍ଡିର ଏକ ହୋଟେଲରେ ରୋଷେୟା ଭାବେ କାମ କରୁଥିଲେ। ପ୍ରଶାନ୍ତଙ୍କ ସହ ତାଙ୍କର ବନ୍ଧୁତା ଥିଲା। କୌଣସି କାମ ପାଇଁ ସୂର୍ଯ୍ୟ ତାଙ୍କଠାରୁ ୧୦ ହଜାର ଟଙ୍କା ଧାର ନେଇଥିଲେ। ନିର୍ଦ୍ଧାରିତ ସମୟରେ ଟଙ୍କା ନ ଫେରାଇବାରୁ ଅନେକ ସମୟରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ପ୍ରଶାନ୍ତ ପ୍ରତିଶୋଧ ପରାୟଣ ହୋଇ ଘଟଣାଦିନ ରାତିରେ ମଦ ପିଇବା ପାଇଁ ସୂର୍ଯ୍ୟ ଓ ଅନ୍ୟଜଣେ ସାଙ୍ଗ ଶିବ ନାୟକଙ୍କୁ ଡାକିଥିଲେ। ଶିବଙ୍କୁ ସେ ମଦ ଆଣିବାକୁ କହିଥିଲେ। ପରେ ତାଙ୍କୁ ଚାଲିଯିବାକୁ କହିଥିଲେ। ସୂର୍ଯ୍ୟ ଓ ପ୍ରଶାନ୍ତ ସେଠାରେ ମଦ୍ୟପାନ କରିଥିଲେ। ରାତିରେ ସୂର୍ଯ୍ୟ ଘରକୁ ଫେରି ନ ଥିଲେ। ୨୯ ତାରିଖ ସକାଳେ ବସଷ୍ଟାଣ୍ଡ ନିକଟରେ ତାଙ୍କ ମୃତଦେହ ପଡିଥିବା ଦେଖାଯାଇଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ସୂର୍ଯ୍ୟଙ୍କ ଭାଇ ନିତ୍ୟାନନ୍ଦ ସାହୁଙ୍କ ଅଭିଯୋଗ ପ୍ରକାରେ ନଂ. ୮୩୨/୨୩ ରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ଘଟଣାର ତଦନ୍ତ କରି ଅଭିଯୁକ୍ତ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରିଥିଲା। ଜେରା ବେଳେ ପ୍ରଶାନ୍ତ ତାଙ୍କ ସାଙ୍ଗ ସୂର୍ଯ୍ୟଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ହତ୍ୟା ପରେ ସେ ତାଙ୍କ ଘର ପଛପଟେ ଲୁଚାଇ ରଖିଥିବା ରକ୍ତଲଗା ଛଡ଼ ପୋଲିସ ଜବତ କରି ପରୀକ୍ଷା ପାଇଁ ପଠାଇଥିଲା। ମାମଲାର ବିଚାର ବେଳେ ୧୮ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥଲା। ରାୟ ପ୍ରକାଶ ବେଳେ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀ ଭାବେ ଥିବା ପ୍ରଶାନ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ, ଘଟଣାସ୍ଥଳରୁ ଜବତ ସାମଗ୍ରୀ ଓ ଅନ୍ୟାନ୍ୟ ରିପୋର୍ଟ ଆଧାରରେ ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ କ୍ୟାଡର ପିପି ବିଶ୍ୱଜିତ ବରାଳ ମାମଲା ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri