ପ୍ରେମ ଜାଲରେ ଫସାଇ ନେଇଥିଲେ ବେଙ୍ଗାଲୁରୁ, ୪ ଦିନ ଧରି ବଳାତ୍କାର କରିବା ପରେ ଷ୍ଟେଶନରେ ଛାଡ଼ି ଫେରାର; ଘରକୁ ଫେରି…

ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ପ୍ରେମଜାଲରେ ଫସାଇ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ମାମଲା ନଂ.୨୨୫/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ଜଣଙ୍‌କ ହେଲେ ଗଞ୍ଜାମ ଜିଲା ପୋଲସରା ଥାନା ପଙ୍କଳବାଡ଼ି ଗାଁର ସଞ୍ଜୀବ ସ୍ବାଇଁ ଓରଫ ସଞ୍ଜୁ।

ଏକ ଭୋଜିରେ ଯୁବତୀଙ୍କ ସହ ସଞ୍ଜୟ ଙ୍କ ଦେଖାହେବା ପରେ ଉଭୟେ ଉଭୟଙ୍କୁ ଭଲ ପାଉଥିଲେ। ସଞ୍ଜୁ ନିୟମିତ ଭାବେ ଯୁବତୀଙ୍କୁ ଫୋନ କରୁଥିଲେ। ସଞ୍ଜୟ ଯୁବତୀ ଙ୍କୁ ବିବାହ କରିବାର ପ୍ରତିଶୃତି ଦେଇ ତାଙ୍କୁ ବେଙ୍ଗାଲୁରୁ ନେଇଥିଲେ। ସେଠାରେ ଉଭୟେ ସ୍ବାମୀ – ସ୍ତ୍ରୀ ଭାବେ ଏକ ହୋଟେଲ ଲଜିଂରେ ୪ ଦିନ ରହିଥିଲେ। ସେଠାରେ ସେ ଯୁବତୀଙ୍କୁ ଅନିଚ୍ଛା ସତ୍ତ୍ୱେ ବାରମ୍ବାର ବଳାତ୍କାର କରିଥଲେ। ଆମ ଦୁହିଁଙ୍କ ବିବାହକୁ ଘରେ ବାପା ମା ରାଜି ହେଉ ନ ଥିବା ନେଇ ସଞ୍ଜୁ ଯୁବତୀଙ୍କୁ କହିଥିଲେ। ବାପା ମାଙ୍କୁ ବୁଝାଇବା ପାଇଁ ସଞ୍ଜୁ ଯୁବତୀଙ୍କୁ ଗାଁକୁ ଯିବା କହି ମଙ୍ଗଳବାର ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଆଣିଥିଲେ। ଯୁବତୀଜଣକୁ ରେଳ ଷ୍ଟେଶନରେ ଛାଡି ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଯୁବତୀ ଜଣକ ନିରୁପାୟ ହୋଇ ଗାଁକୁ ଫେରିବା ପରେ ପରିବାରଲୋକଙ୍କୁ ସବୁ କଥା କହିଥିଲେ। ପରେ ଶୁକ୍ରବାର ଦିଗପହଣ୍ଡି ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ। ଶନିବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri