ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ଦେଉଳିଧରପୁର ପଞ୍ଚାୟତ ଅଭୟମୁଖୀ କଣ୍ଟାସାହିରେ ସ୍ତ୍ରୀଙ୍କୁ କଟୁରିରେ ହାଣି ହତ୍ୟା ଓ ଝିଅଙ୍କୁ ଗୁରୁତର କରିବା ମାମଲାରେ ଭୁବନେଶ୍ୱର ଦ୍ୱିତୀୟ ଅତିରିକ୍ତ ଜଲା ଓ ଦୌରାଜଜ ସୋମବାର ରାୟ ପ୍ରକାଶ କରିଛନ୍ତି। ମାମଲାର ୨ଟି ଦଫା (୩୦୨ ଓ ୩୦୭)ରେ ଅଭିଯୁକ୍ତ ସ୍ବାମୀ ବାମଦେବ ସାହୁ (୫୪)ଙ୍କୁ ପୃଥକ ଭାବେ ଆଜୀବନ ଜେଲଦଣ୍ଡ ହୋଇଛି। ଏଥିସହ ପ୍ରତ୍ୟେକ ଦଫାରେ ୫୦ ହଜାର ଲେଖାଏ ମୋଟ ୧ ଲକ୍ଷ ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ସତ୍ୟନାରାୟଣ ପାତ୍ର ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଘରୋଇ କଳହକୁ କେନ୍ଦ୍ରକରି ୨୦୧୮ ମେ ୧୨ ପୂର୍ବାହ୍ନ ୧୦ଟାରେ ବାମଦେବ ଏକ କଟୁରିରେ ସ୍ତ୍ରୀ ରୀନାରାଣୀଙ୍କୁ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ବେକ ଓ ମୁଣ୍ଡରେ କ୍ଷତ ସୃଷ୍ଟି ହୋଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଏହି ସମୟରେ ନିକଟରେ ଥିବା ୧୫ ବର୍ଷୀୟା ଝିଅ ପୂଜାଶ୍ରୀ ତାଙ୍କ ମା’ଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରୁଥିବାବେଳେ ସେ ମଧ୍ୟ ବାପାଙ୍କ କଟୁରି ଚୋଟରେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ସ୍ତ୍ରୀ ରୀନାଙ୍କୁ ମୃତ ଘୋଷଣା କରିଥିଲେ। ରୀନାରାଣୀଙ୍କ ଭଉଣୀ ଝୁନୁଲତା ସାହୁଙ୍କ ଏତଲାକୁ ଭିତ୍ତି କରି ପୋଲିସ ଆଇପିସି ଦଫା ହତ୍ୟା ଓ ହତ୍ୟା ଉଦ୍ୟମରେ ଏକ ମାମଲା (ନଂ.୭୨/୨୦୧୮) ରୁଜୁ କରି ଅଭିଯୁକ୍ତ ବାମଦେବଙ୍କୁ ଗିରଫ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଥିଲା। ଏନେଇ ପୋଲିସ ପକ୍ଷରୁ ଚାର୍ଜଶିଟ ଦାଖଲ କରାଯିବା ପରେ କୋର୍ଟରେ ମାମଲାର ଶୁଣାଣି ଆରମ୍ଭ ହୋଇଥିଲା। ୨୧ଟି ଦସ୍ତାବିଜ ଓ ୧୮ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପ୍ରମାଣ ପାଇବା ପରେ କୋର୍ଟ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ସରକାରୀ ଓକିଲ ସିଲିଳ କୁମାର ପ୍ରଧାନ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?