ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଫେଜ୍‌-୨ରେ ୨୦୧୬ ଡିସେମ୍ବର ୩୧ ରାତିରେ ଜଣେ ମହିଳାଙ୍କୁ ହତ୍ୟା କରିବା ମାମଲାରେ ସୋମବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ସ୍ବାମୀ ରାଜେନ୍ଦ୍ର ସିଂ ଓରଫ ବାବୁ (୫୫)ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଏହି ଜରିମାନା ଅନାଦାୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ଅତିରିକ୍ତ ଦ୍ୱିତୀୟ ଜିଲା ଦୌରାଜଜ୍‌ (୨) ବିଚାରପତି ସତ୍ୟ ନାରାୟଣ ପାତ୍ର ତାଙ୍କ ରାୟରେ ଶୁଣାଇଛନ୍ତି।
ସୂଚନା ଅନୁଯାୟୀ, କଟକ ଖପୁରିଆ ଅଞ୍ଚଳର ରାଜେନ୍ଦ୍ର ଡୁମୁଡୁମା ଫେଜ-୨ରେ ସ୍ତ୍ରୀ ସସ୍ମିତା ସିଂଙ୍କ ସହ ରହୁଥିଲେ। ରାଜେନ୍ଦ୍ର ସ୍ଥାନୀୟ ଅଞ୍ଚଳରେ ଏକ ପରିବା ଦୋକାନ କରି ଘର ଚଳାଉଥିଲେ। ତାଙ୍କ ପୁଅ ଓ ଝିଅ ନିକଟରେ ଭଡ଼ାରେ ରହୁଥିବା ମାମୁଙ୍କ ଘରକୁ ଯାଇଥିଲେ। ୨୦୧୬ ଡିସେମ୍ବର ୩୧ ତଥା ଶନିବାର ରାତିରେ ରାଜେନ୍ଦ୍ର ଜଣେ ବ୍ୟକ୍ତିଙ୍କ ଠାରୁ ପାଇବାକୁ ଥିବା ୫ ହଜାର ଟଙ୍କା ଆଣିବାକୁ ଯାଇଥିଲେ। ହେଲେ ତାଙ୍କଠୁ ମାତ୍ର ୧ ହଜାର ଟଙ୍କା ଆଣି ସେଥିରେ ମଦ ପିଇଦେଇ ରାତି ୯ଟାରେ ଘରକୁ ଫେରିଥିଲେ। ଏହି ମଦ ପିଇବା ଘଟଣାକୁ ନେଇ ସ୍ତ୍ରୀଙ୍କ ସହ ଝଗଡ଼ା ହୋଇଥିଲା। କଥା କଟାକଟି ବେଳେ ନିଶାଶକ୍ତ ଥିବା ରାଜେନ୍ଦ୍ର ସସ୍ମିତାଙ୍କ ମୁଣ୍ଡକୁ କାନ୍ଥରେ ପିଟି ଦେଇଥିଲେ। ସସ୍ମିତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଚି ହେବା ସହ ଚେତା ପଳାଇଥିଲା। ଏହାପରେ ଏକ କପଡ଼ାରେ ସସ୍ମିତାଙ୍କୁ ବେକକୁ ଭିଡ଼ି ହତ୍ୟା କରିଥିଲେ। ମୃତା ସସ୍ମିତା ଘରେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ବେଳେ ରାଜେନ୍ଦ୍ର ନିଶାରେ ସେଠାରେ ଶୋଇପଡ଼ିଥିଲେ। ୨୦୧୭ ଜାନୁୟାରୀ ୧ ଅର୍ଥାତ ନୂଆବର୍ଷ ସକାଳେ ଶଳା ତପନ ସିଂଙ୍କୁ ଫୋନରେ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହ ହତ୍ୟା ଘଟଣା ସମ୍ପର୍କରେ କହିଥିଲେ। ଖବର ଦିଆଯିବା ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ କାବୁ କରିଥିଲା। ପୋଲିସ ଏକ ହତ୍ୟା ମାମଲା (ନଂ.୧/୨୦୧୭) ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ରାଜେନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ବିଚାରପତି ୨୦ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ସୋମବାର ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ଶଲୀଳ କୁମାର ପ୍ରଧାନ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?