୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ୪ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତଙ୍କୁ ୫ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ ସ୍ଥାନୀୟ ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରିଥିଲା। କିନ୍ତୁ କୋର୍ଟ ୪ଦିନ ପାଇଁ ଅନୁମତି ଦେଇଛନ୍ତି। ବାବୁରାମ ଦେ’ଙ୍କ ରିମାଣ୍ଡ ଅବଧି ଶନିବାରଠାରୁ ଆରମ୍ଭ ହୋଇ ଆସନ୍ତା ୨୮ ତାରିଖରେ ଶେଷ ହେବ ବୋଲି ଜଣାପଡିଛି। ଚାନ୍ଦିପୁର ଆଇଟିଆର୍‌ ଟେଲିମେଟ୍ରି ବିଭାଗର ଟେକ୍ନିକାଲ ଅଫିସର ଭାବେ କାର୍ଯ୍ୟ କରୁଥିବା ବାବୁରାମ (୫୧)ଙ୍କ ଘର ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ବାଗପୁଞ୍ଜି ଗ୍ରାମରେ। ସେ ହନିଟ୍ରାପରେ ଫସି ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଉଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି ସେନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି। ଅନ୍ୟପକ୍ଷରେ ବାବୁରାମଙ୍କ ଗିରଫଦାରି ଖବର ପ୍ରଚାର ହେବା ପରେ ତାଙ୍କ ପରିବାର, ସମ୍ପର୍କୀୟ ଓ ଗ୍ରାମବାସୀ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଅତି ଗରିବ ପରିବାରରେ ଜନ୍ମିତ ବାବୁରାମ ବାଗପୁଞ୍ଜି ଶ୍ରୀଚୈତନ୍ୟଦେବ ହାଇସ୍କୁଲ୍‌ରେ ପାଠ ପଢୁଥିଲେ। ସେହି ସମୟରେ ଶିକ୍ଷକ ମୁରଲୀମୋହନ ତାଙ୍କୁ ପାଠପଢ଼ା ପାଇଁ ଆର୍ଥତ୍କ ସହାୟତା ଦେଇଥିବା ପ୍ରକାଶ କରିଛନ୍ତି। ସେହିପରି ତାଙ୍କ ସ୍କୁଲ ବେଳର ସାଙ୍ଗ ସୁଧାଂଶୁ ଶେଖର ପାତ୍ର ପିଲାବେଳୁ ଜଣେ ମେଧାବୀ ଛାତ୍ର ଥିବା ବାବୁରାମଙ୍କ ବିରୋଧରେ ଆସିଥିବା ଦେଶଦ୍ରୋହ ଅଭିଯୋଗ ନେଇ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ତାଙ୍କ ଗ୍ରାମର ଜଣେ ବାସିନ୍ଦା କହିଛନ୍ତି, ଚଳିତମାସ ପ୍ରାରମ୍ଭରେ ବାବୁରାମ ଗାଁର ଶିବ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଗାଁରେ ପ୍ରାୟ ୪ ଦିନ ରହିବା ସହ ମନ୍ଦିରକୁ ୨୦ହଜାର ଟଙ୍କା ଦାନ କରିଥିଲେ। ସେହିପରି ଗାଁରେ ଏକ ପାଣିଟାଙ୍କି ବସାଇବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ବାବୁରାମ ଜଣେ ସରଳ ବ୍ୟକ୍ତି। ଏହା ତାଙ୍କ ବିରୋଧରେ ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି। ଦୁଇ ବଡ଼ଭାଇଙ୍କ କହିବାନୁସାରେ, ଦାରିଦ୍ର୍ୟକୁ ଖାତିର୍‌ ନ କରି ତାକୁ ଆମେ ପାଠ ପଢ଼ାଇଥିଲୁ। ଗାଁ ସ୍କୁଲ୍‌ରୁ ମାଟ୍ରିକ୍‌ ପାସ୍‌ ପରେ ବାଲେଶ୍ୱରରେ ଆଇଟିଆଇ ପାସ୍‌ କରିଥିଲେ। ପରେ ଆଇଟିଆର୍‌ରେ ଚାକିରି ପାଇଥିଲେ। ସେ ଆମ ପରିବାରର ସାହା ଓ ଭରସା। ଅତ୍ୟନ୍ତ ସରଳ ଓ ସାଧାରଣ ଜୀବନଯାପନ କରୁଥିବାବେଳେ ଏପରି ଅପବାଦକୁ ସହଜରେ ଗ୍ରହଣ କରିହେଉନି। ତାଙ୍କୁ ଫସାଇ ଦିଆଯାଇଥିବା ଅଭିଯୋଗ ଆଣି ନ୍ୟାୟ ବିଚାର ପାଇଁ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗିରଫ ବାବୁରାମ ପାକିସ୍ତାନୀ ମହିଳାଙ୍କ ମାୟାଜାଲରେ ପଡ଼ି ଭିଡିଓ କଲ ମାଧ୍ୟମରେ ଆଇଟିଆର୍‌ର ଗୋପନୀୟ ତଥ୍ୟ ଦେଇଥିଲେ। ଚାନ୍ଦିପୁର ଥାନାରେ ମାମଲା (ନଂ. ୨୫/୨୩) ରୁଜୁ ହୋଇଥିଲା। ପୋଲିସ ଅଧିକ ତଦନ୍ତ କରିବା ପରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାକିସ୍ତାନୀ ଏଜେଣ୍ଟଙ୍କୁ ଦିଆଯାଇଥିବା ଜାଣିବାକୁ ପାଇଥିଲା। ପୋଲିସ ୧୪ ଜଣଙ୍କୁ ଜେରା ପରେ ବାବୁରାମଙ୍କ ମୋବାଇଲରୁ ସମ୍ବେଦନଶୀଳ ତଥ୍ୟ ଲିକ୍‌ ହୋଇଥିବା ଜାଣିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri