ଆଦିବାସୀ ଯୁବତୀଙ୍କୁ ଅସଦାଚରଣ କରି ବେଫିକର ବୁଲୁଛନ୍ତି ଅଭିଯୁକ୍ତ, ସପ୍ତାହକ ପରେ ବି…

ଅମରପାଲି,୧୪ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର (ଠେଙ୍ଗୋ ଡ୍ୟାମ୍‌) ଫାଣ୍ଡି ଅଧିନସ୍ଥ ଦୁର୍ଜନତୈଲା ଅଞ୍ଚଳରେ ଜଣେ ଆଦିବାସୀ ଯୁବତୀଙ୍କୁ ଅସଦାଚରଣ ସହିତ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ କିଛି ଦିନ ପୂର୍ବରୁ ଯୁବତୀ ଜଣକ ବ୍ରାହ୍ମଣୀପାଲି ଗ୍ରାମର ପ୍ରଶାନ୍ତ କମ୍ପ ନାମକ ଜଣେ ଯୁବକଙ୍କୁ କିଛି ଟଙ୍କା ଧାର ମାଗିଥିଲେ। ମାତ୍ର ଗତ ୬ ତାରିଖରେ ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ ଆଉ ଜଣେ ଯୁବକଙ୍କ ସହିତ ଆସି ଯୁବତୀଙ୍କୁ ଫୋନ କରି ଟଙ୍କା ନେବା ପାଇଁ ଡାକିଥିଲେ। ଯୁବତୀ ଜଣକ ମନା କରିଥିଲେ ମଧ୍ୟ ଯୁବକ ଜଣକ ବାଧ୍ୟ କରିବାରୁ ଶେଷରେ ଯୁବତୀ ଜଣକ ଘରୁ ରାସ୍ତା ପର୍ଯ୍ୟନ୍ତ ଯାଇଥିଲେ। ଯୁବତୀ ଜଣକ ସେଠାରେ ପହଞ୍ଚିବା ପରେ ଉଭୟ ଯୁବକ ତାଙ୍କୁ ଅସଦାଚରଣ କରିଥିଲେ। ଯୁବତୀ ସେଠାରୁ ଘରକୁ ଦୌଡ଼ିଦୌଡ଼ି ପଳାଇ ଯାଉଥିବାବେଳେ ତାଙ୍କୁ ଟଣାଓଟରା କରିଥିଲେ। ଏହି ସମୟର ସେମାନେ ଯୁବତୀଙ୍କୁ ଡ୍ରେସକୁ ମଧ୍ୟ ଫାଡ଼ି ଦେଇଥିବା ଯୁବତୀ ଅଭିଯୋଗ କରିଛନ୍ତି। ଏହା ସହିତ ସେ ଧରିଥିବା ମୋବାଇଲକୁ ମଧ୍ୟ ସେମାନେ ନେଇ ଯାଇଥିଲେ। ଯଦି ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରି ଦେବାକୁ ମଧ୍ୟ ଧମକ ଦେଇ ଗାଳିଗୁଲଜ କରିଥିବା ଯୁବତୀ ଅଭିଯୋଗ କରିଛନ୍ତି। ଯୁବତୀ ଜଣକ ଘରେ ପହଞ୍ଚି ଘଟଣା ବିଷୟରେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ।

ଯୁବତୀ ଜଣକ ବୀରମହାରାଜପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ଥାନାରେ ଏକ ମାମଲା ( କେସ ନଂ ୨୩୧/୨୫ ) ରୁଜୁ କରିଥିଲା ବୀରମହାରାଜପୁର ପୋଲିସ। ତେବେ ଅଭିଯୋଗ ପରେ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତ ଙ୍କୁ ଧରିବାରେ ବିଫଳ ହୋଇଛି। ଅଭିଯୁକ୍ତମାନେ ବେଫିକର ଭାବେ ବୁଲାବୁଲି କରୁଛନ୍ତି। ତେଣୁ ଯୁବତୀ ଜଣକ ଗୁରୁବାର ତାଙ୍କ ମାଆଙ୍କ ସହିତ ପୁଣି ଥରେ ଥାନାକୁ ଯାଇ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଏନେଇ ବୀରମହାରାଜପୁର ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ତାଙ୍କ ନମ୍ବର ଅଫ୍‌ ଥିବାରୁ ତାଙ୍କର ପ୍ରତିକ୍ରିୟା ମିଳିପାରି ନ ଥିଲା। ପରେ ଉଖଣ୍ଡିୟ ପୋଲିସ ଅଧିକାରୀ ହେମନ୍ତ ରାଓଙ୍କୁ ପଚାରିବାରୁ ଏନେଇ ଥାନାରେ ମାମଲା ରୁଜୁ ହୋଇଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?