ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସେ ହେଲେ ସାନଖେମୁଣ୍ଡି ବ୍ଲକ ଚିନ୍ତାଖାଳି ଗାଁର ରାଜମିସ୍ତ୍ରୀ କାମ କରୁଥିବା ଶଙ୍କର ନାଇକ ଓରଫ ସାହେବ(୩୧) ।  ଥାନା ମାମଲା ନଂ.୨୮୫/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୩୨୯(୪)/୨୯୬/୧୧୫(୨)/୧୧୭(୨)/୬୪(୨)(ଏମ)/୩୫୧(୨) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି ।

ଯୁବତୀ ଜଣକ ରାଜମିସ୍ତ୍ରୀଙ୍କ ସାଙ୍ଗରେ କାମ କରୁଥିଲେ । ବିଭିନ୍ନ ସମୟରେ ତାଙ୍କୁ ଧମକ ଦେଇ ନିୟମିତ ବ୍ୟବଧାନରେ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ । ଏପରିକି ତାଙ୍କ ଅଜାଣତରେ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ତାଙ୍କ ମୋବାଇଲ ଫୋନ ରେ ଉଠାଇ ପାଖରେ ରଖି ତାଙ୍କୁ ବିଭିନ୍ନ ସମୟରେ ବ୍ଲାକମେଲିଂ କରିବାରୁ ଯୁବତୀ ଜଣକ ବ୍ୟତିବ୍ୟସ୍ତ ହୋଇ କିଛିଦିନ ହେଲା ତାଙ୍କ ସହ ସମସ୍ତ ସମ୍ପର୍କ ଚ୍ଛିନ୍ନ କରିଦେଇଥିଲେ। ଶଙ୍କର ତାଙ୍କୁ ବିଭିନ୍ନ ମୋବାଇଲ ନଂରୁ ଫୋନ କରି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଡାକୁଥିଲେ ମଧ୍ୟ ଯୁବତୀ ଜଣକ ଯାଉନଥିଲେ।

ମଙ୍ଗଳବାର ଅପରାହ୍ନ ପ୍ରାୟ ୨ ଟାରେ ପୀଡ଼ିତା ଜଣକ ଦିଗପହଣ୍ଡି ବସଷ୍ଟାଣ୍ଡ ସ୍ଥିତ ଆହାର କେନ୍ଦ୍ରକୁ ଖାଇବା ପାଇଁ ଯାଇଥିବା ବେଳେ ରାଜମିସ୍ତ୍ରୀ ଶଙ୍କର ସେଠାରେ ପହଞ୍ଚି ତାଙ୍କୁ ବିଭିନ୍ନ ପ୍ରକାର ଆପତ୍ତିଜନକ ଭାଷାରେ ଗାଳି କରିଥିଲେ।ପ୍ରତିବାଦ କରିବାରୁ ଶଙ୍କର ପୂର୍ବ ଭଳି ତାଙ୍କ ସହ ଶାରୀରିକ ସମ୍ପର୍କ ନରଖିଲେ ତାଙ୍କ ମୋବାଇଲରେ ପୂର୍ବରୁ ଥିବା ଯୁବତୀଙ୍କ ଉଲଗ୍ନ ଫଟୋ ଭିଡ଼ିଓ ସବୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଦେବି । ତୁ ମୁଣ୍ଡ ଟେକି ସୋସାଇଟିରେ ଚାଲି ପାରିବୁ ନାହିଁ ବୋଲି ଧମକ ଦେଇଥିଲେ । ପରେ ତାଙ୍କୁ ବାଧ୍ୟକରି ଏକ ପରିତ୍ୟକ୍ତ ଘରକୁ ନେଇ ତାଙ୍କ ଅନିଚ୍ଛା ସତ୍ତ୍ୱେ ବଳାତ୍କାର କରିଥିଲେ । ତାଙ୍କ ସହ ନିୟମିତ ବ୍ୟବଧାନରେ ଶାରିରୀକ ସମ୍ପର୍କ ନରଖିଲେ ତାଙ୍କୁ ହତ୍ୟା କରିବା ସହ ସେ ଆତ୍ମହତ୍ୟା କରିବାକୁ ଧମକ ଦେଇ ତାଙ୍କ ଦୁଇ ହାତକୁ ଧରି ଜମିକୁ ଫୋପାଡି ଦେଇଥିଲେ । ପୀଡ଼ିତାଙ୍କ ମୁଣ୍ଡ ଫାଟି ରକ୍ତ ବାହାରିଥିଲା।

ସେ ନିଜକୁ ବଞ୍ଚାଇବାକୁ ଚିତ୍କାର କରିବାରୁ କିଛି ବ୍ୟକ୍ତି ଦୌଡ଼ି ଯାଇ ତାଙ୍କୁ ଉଦ୍ଧାର କରିବା ସହ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ହୋଇ ଫେରିବା ପରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ ଟାରେ ଦିଗପହଣ୍ଡି ଥାନାରେ ପହଞ୍ଚି ଶଙ୍କରଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମକଦ୍ଦମା ରୁଜୁ କରିଥିଲେ। ବୁଧବାର ଥାନା ମହିଳା ଏସ.ଆଇ ସୋଫିଆ ମିଶ୍ର ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ପରେ ସନ୍ଧ୍ୟାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?