ଗର୍ଭବତୀଙ୍କୁ ପିଟି ହତ୍ୟା ଅଭିଯୋଗ

ଖୋର୍ଦ୍ଧା,୧୩ା୮(ପ୍ରଭାତ ପାଣିଗ୍ରାହୀ): ସଦରଥାନା ଅନ୍ତର୍ଗତ ନିଜିଗଡ଼ ତାପଙ୍ଗଗଡ଼ ସାହିରେ ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁଘର ପରିବାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ମୃତକାଙ୍କ ମାଆ ଭାନୁମତି ଦେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସ୍ବାମୀଙ୍କୁ ଅଟକ ରଖିଛି।

ଅଭିଯୋଗ ଅନୁସାରେ, ନିରାକାରପୁର ଥାନା ଯାଜପୁର ଗ୍ରାମର କଣ୍ଡୁରୀ ମହତରାୟଙ୍କ ଝିଅ ଅହଲ୍ୟା(୨୪) ନିଜିଗଡ଼ ତାପଙ୍ଗର ରଘୁନାଥ ପାହାନ୍ତାସିଙ୍ଗ ପୁଅ ସର୍ବେଶ୍ୱରଙ୍କୁ ଗତ ଫେବୃୟାରୀ ୧୦ ତାରିଖରେ ବିବାହ କରିଥିଲେ। ସେ ୬ ମାସର ଗର୍ଭବତୀ ଅଛନ୍ତି । ବାହାଘର ସମୟରେ ସମସ୍ତ ଯୌତୁକ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଅଧିକ ଦାବି କରି ମାନସିକ ଶାରୀରିକ ନିର୍ଯାତନା ଦେଉଥିଲେ।

ମୃତାଙ୍କ ବଡ଼ ବାପା ମେରୁଚରଣ ମହତରାୟ କୁହନ୍ତି, ରବିବାର ଅପରାହ୍ନରେ ଜ୍ୱାଇଁ ଫୋନ୍‌ କରି କହିଲେ ଝିଅର ଦେହ ଖରାପ ଅଛି, ମେଡିକାଲରେ ଭର୍ତ୍ତି କରାଯାଇଛି। ଖବରପାଇ ଆମେ ପହଞ୍ଚିବା ବେଳେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଶ୍ବଶୁର ଘର ପରିବାର ଫେରାର ହୋଇଯାଇଥିଲେ। ପରେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଛୁ। ଝିଅକୁ ହତ୍ୟା କରାଯାଇଛି। ଏଥିରେ ଶ୍ୱଶୁର, ଜ୍ବାଇଁ, ଶାଶୁ, ନଣଦ, ନଣଦେଇ, ଦିଅରଙ୍କ ନାଁରେ ଅଭିଯୋଗ କରାଯାଇଛି। ଏନେଇ ଯାଜପୁର ଗ୍ରାମର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ଏକାଧିକ ମହିଳା ଏହାର ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri