ଘଟଗାଁରେ ନେପାଳୀ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

କେନ୍ଦୁଝର,୧୨ା୪(ସ୍ବ.ପ୍ର.): କଟକ ବଡ଼ ଡାକ୍ତରଖାନାରେ ଜୀବନ ସହ ସଂଗ୍ରାମ କରୁଥିବା ପୁଅକୁ ବାପା କୁଞ୍ଜ ବାହାଦୂର ଲାମା(୪୦) ଜଗି ରହିଥିଲେ। ରାତି ବସ୍‌ରେ କଟକରୁ କେନ୍ଦୁଝର ଆସୁଥିବା ସମୟରେ ଘଟଗାଁରେ ଓହ୍ଲାଇ ପଡ଼ିଥିଲେ। କିନ୍ତୁ ଢାଙ୍କୁଣିଡିହି ନିକଟରେ ୧୧ ତାରିଖ ସନ୍ଧ୍ୟାରେ କିଛି ଲୋକ ତାକୁ ଠେଙ୍ଗାରେ ପିଟି ପିଟି ନିକଟସ୍ଥ ପୋଖରୀରେ ଫିଙ୍ଗି ଦେଇଥିଲେ। ସେ ପିଇବାକୁ ପାଣି ମାଗିଥିଲେ ମଧ୍ୟ ରକ୍ତମୁଖା ହତ୍ୟାକାରୀମାନେ କିଛି ଶୁଣି ନ ଥିଲେ। କେହି ଦେଖି ଆମ୍ବୁଲାନ୍ସ ଡାକିବାରୁ ତାଙ୍କୁ ତୁରନ୍ତ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କଲା ପରେ ସେ ମୋତେ ମାରିଦେଲେ କହି ମରିଯାଇଥିଲେ। ଘଟଗାଁ ଥାନା ପୋଲିସ ଖବର ପାଇ ୯ ଜଣଙ୍କୁ ଧରି ଆଣି ପଚରାଉଚରା କରୁଛି ଆଉ କିଛି ଜଣଙ୍କୁ ଗିରଫ କରିପାରେ। ମୃତ କୁଞ୍ଜ ବାହାଦୂର ଜଣେ ମିସ୍ତ୍ରୀ ଥିଲେ। ସେ କେନ୍ଦୁଝର ଡିଡି କଲେଜର ପୂର୍ବ ଜଗୁଆଳି ଲାଲ୍‌ ବାହାଦୂରଙ୍କ ପୁଅ ପାଖ ଗହ୍ମାରିଆ ଗାଁରେ ରୁହନ୍ତି। ଖବର ପାଇ ପରିବାର ଲୋକେ ଘଟଗାଁ ମେଡିକାଲ ଯାଇ ମୃତଦେହ ଚିହ୍ନଟ କରିଛନ୍ତି। ମୃତକଙ୍କ ଭାଉଜ ସଂଯୁକ୍ତା ଲାମା ଘଟଗାଁ ଥାନାରେ ଏତଲା ଦେଇଛନ୍ତି କି ତାଙ୍କ ଦିଅରକୁ ଅମାନୁଷିକ ଭାବେ ହତ୍ୟା କରାଯାଇଛି। ଘଟଗାଁ ପୋଲିସ ମୃତଦେହ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣି ବ୍ୟବଚ୍ଛେଦ କରିଛି। ବିନା କାରଣରେ ନିରୀହଙ୍କୁ ଏପରି ହତ୍ୟା କରିଥିବା ଲୋକମାନଙ୍କୁ ଫାଶୀ ଦିଆଯିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri