ମହିଳାଙ୍କୁ ଘରେ ପଶି ଅସଦାଚରଣ, ଗାଁରେ ଖଣ୍ଡା ଧରି ବୁଲିଲେ; ଶେଷରେ ଅଭିଯୁକ୍ତଙ୍କୁ …

ଦିଗପହଣ୍ଡି,୨୨।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବରପଲ୍ଲୀ ଗ୍ରାମର ଜଣେ ମହିଳାଙ୍କୁ ଘରେ ପଶି ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦ କରିବାରୁ ଗ୍ରାମର ଅଭିଯୁକ୍ତ ସଂଗ୍ରାମ ଭୁଁୟା ଖଣ୍ଡା ଧରି ମହିଳାଙ୍କ ସ୍ବାମୀ ଓ ଦେଢ଼ଶୁରଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ବୁଧବାର ମହିଳାଙ୍କ ସହ ଗ୍ରାମର ବହୁବ୍ୟକ୍ତି ଦିଗପହଣ୍ଡି ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୪୨୨/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଶନିବାର ତଦନ୍ତକାରୀ ଅଧିକାରୀ ମନୋଜ ସିଂ ଅଭିଯୁକ୍ତଙ୍କୁ ଗିରଫକରି ବ୍ରହ୍ମପୁର ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ କିଛିଦିନ ହେଲା ସଂଗ୍ରାମ ଗାଁ ରେ ଆତଙ୍କରାଜ ଚଳାଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ମଙ୍ଗଳବାର ମହିଳା ଙ୍କ ଘରେ ପଶି ତାଙ୍କୁ ଅସଦାଚରଣ କରିବାସହ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ତାଙ୍କ ସ୍ବାମୀ ଓ ଦେଢ଼ଶୁର ପ୍ରତିବାଦ କରିବାରୁ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେବା ସହ ଖଣ୍ଡା ଧରି ଗାଁ ରେ ମାର୍ଚ୍ଚିଂ କରିଥିଲେ। ଏନେଇ ଗ୍ରାମବାସୀ ମେଳି ବାନ୍ଧି ଥାନାରେ ପହଞ୍ଚି ପୋଲିସ ନିକଟରେ ବୟାନ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri