ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ସିନାପାଲି ବ୍ଲକ ଗଣ୍ତାବାହାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ୧୯୮୭ ଜୁଲାଇ ୨୯ରୁ ଗଙ୍ଗାଧର ମେହେର ପିଇଟି ଶିକ୍ଷକ ଭାବେ ନିଯୁକ୍ତି ପାଇ କାର୍ଯ୍ୟ ତୁଲାଇ ଆସୁଛନ୍ତି। କିନ୍ତୁ କେହି ଜଣେ ତାଙ୍କ ନାମରେ ସିନାପାଲି କଲେଜରେ ପିଇଟି ଶିକ୍ଷକ ଭାବେ ମିଥ୍ୟା ଆବେଦନ କରି ଜାଲ୍‌ ରେଜୁଲେଶନ, ନିଯୁକ୍ତି ପତ୍ର, ଉପସ୍ଥାନ ଆଦି ତଥ୍ୟ ଦ୍ୱାରା ମିଥ୍ୟା ଚେକ୍‌ ନେଇ ୧୯୯୪ ଜୁନ ୧ରୁ ୧୯୯୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସରକାରୀ ଅର୍ଥ ହଡ଼ପ କରାଯାଇଛି। ସେ ସମୟରେ ସିନାପାଲି କଲେଜରେ ଥିବା କମିଟି ଅଧ୍ୟକ୍ଷ ଓ କର୍ମଚାରୀ ଷଡଯନ୍ତ୍ର କରି ଏପରି କରିଥିବା ଅଭିଯୋଗ କରି ଗଙ୍ଗାରାମ ସିନାପାଲି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଗଙ୍ଗାରାମଙ୍କ ନାମରେ ଦୁଇଟି ଅନୁଷ୍ଠାନରୁ ଅର୍ଥ ଆତ୍ମସାତ୍‌ କରି ଚାକିରି କରିଥିବା ଆରୋପ ଲଗାଇ ଓଡିଶା ସରକାରଙ୍କ ଶିକ୍ଷା ନିର୍ଦ୍ଦେଶାଳୟ ପତ୍ର ସଂଖ୍ୟା ୧୫୪୫୭, ତା୧୬ା୬ା୨୦୨୫ ଓ ଜିଲା ଶିକ୍ଷା ଅଧିକାରୀ ପତ୍ର ସଂଖ୍ୟା ୨୫୫ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ହୋଇଛି। ଏହାର ତଦନ୍ତ କରି ନ୍ୟାୟ ପ୍ରଦାନ ପାଇଁ ଗଙ୍ଗାରାମ ସିନାପାଲି ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏହାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri