ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ କ୍ରାଇମ୍‌ ବ୍ରାଞ୍ଚ ବିଫଳ ହୋଇଛି। ତେଣୁ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଥିବା ଅଫିସିଆଲ ସିକ୍ରେଟ୍‌ ଆକ୍ଟର ଦଫା ୩, ୪, ୫କୁ ହଟାଯାଇଛି। ଚାର୍ଜଶିଟ୍‌ ଦାଖଲ ବେଳେ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଆବଶ୍ୟକ କାଗଜପତ୍ର ଦାଖଲ କରାଯାଇ ନ ଥିବାରୁ ଗୁରୁବାର ବାଲେଶ୍ୱର ଏଡିଜେ-୩ କୋର୍ଟ ଏହି ଦଫାକୁ ହଟାଇ ଦେଇଛନ୍ତି। ଫଳରେ ମାମଲାର ଗୁରୁତ୍ୱ ହ୍ରାସ ପାଇଛି।
୨୦୨୧ ସେପ୍ଟେମ୍ବରରେ ନୂଆଦିଲ୍ଲୀସ୍ଥିତ ଭାରତୀୟ ଗୋଇନ୍ଦା ସଂସ୍ଥା (ଆଇବି) ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ପଡ଼ୋଶୀ ଶତ୍ରୁଦେଶକୁ ଫୋନ୍‌ କଲ୍‌ ମାଧ୍ୟମରେ ଦିଆଯାଉଥିବା ଜାଣିବାକୁ ପାଇଥିଲେ। ଡିଆର୍‌ଡିଓରେ କାର୍ଯ୍ୟରତ କେତେଜଣ କର୍ମଚାରୀଙ୍କ ନିକଟକୁ ଅନ୍ତର୍ଜାତୀୟ କଲ୍‌ ଆସିବା ସହ ତାଙ୍କଠାରୁ ବାହାରକୁ ମଧ୍ୟ କଲ୍‌ ଯାଉଥିବା ଗୋଇନ୍ଦା ବିଭାଗ ଟ୍ରାକ୍‌ କରି ଜାଣିଥିଲା। ପଡ଼ୋଶୀ ପାକିସ୍ତାନ ଏଜେଣ୍ଟଙ୍କୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ଏହି ଫୋନ୍‌ କଲ୍‌ ମାଧ୍ୟମରେ ପ୍ରଦାନ କରାଯାଉଥିବା ସନ୍ଦେହ କରାଯାଇଥିଲା। ବିଶେଷକରି ରାଜସ୍ଥାନ ସୀମାନ୍ତରୁ ଏହି ଅନ୍ତର୍ଜାତୀୟ କଲ୍‌ ଆସୁଥିବା ଜାଣିବା ପରେ ବାଲେଶ୍ୱର ପୋଲିସ ହେଡକ୍ୱାର୍ଟର୍ସକୁ ଅବଗତ କରାଯାଇଥିଲା। ଆଇବିର ଏକ ଟିମ୍‌ ବାଲେଶ୍ୱରରେ ପହଞ୍ଚତ୍ବା ପରେ ପୂର୍ବାଞ୍ଚଳ ଆଇଜିଙ୍କ ତତ୍ତ୍ୱାବଧାନରେ ୨୦୨୧ ସେପ୍ଟେମ୍ବର ୧୪ରେ ୮ଜଣ ଠିକା କର୍ମଚାରୀଙ୍କୁ ଉଠାଇ ଆଣି ଜିଲାର ବିଭିନ୍ନ ଥାନାରେ ରଖି ପଚରାଉଚରା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ନିକଟରୁ ବିଭିନ୍ନ ସାମଗ୍ରୀ ଜବତ କରାଯିବା ସହ ସେମାନଙ୍କୁ ପୋଲିସ ଗିରଫ କରିଥିଲା। ଡିଆରଡିଓର ଗୁପ୍ତ ତଥ୍ୟ ଚୋରି ଅଭିଯୋଗରେ ସେମାନଙ୍କ ବିରୋଧରେ ଚାନ୍ଦିପୁର ଥାନାରେ ଆଇପିସି ଦଫା ୧୨୦(ବି), ୧୨୧(ଏ), ୩୪ ଏବଂ ଅଫିସିଆଲ ସିକ୍ରେଟ ଆକ୍ଟର ଦଫା ୩, ୪ ଓ ୫ରେ ଏକ ମାମଲା (ନଂ.୭୬/୨୧) ରୁଜୁ କରାଯାଇଥିଲା। ପରେ ଏହି ମାମଲାର ତଦନ୍ତଭାର କ୍ରାଇମ୍‌ବ୍ରାଞ୍ଚକୁ ଦିଆଯାଇଥିଲା। ଅଭିଯୁକ୍ତମାନେ ହେଲେ ଚାନ୍ଦିପୁର ଥାନା ଝାମ୍ପୁରା ଗ୍ରାମର ବସନ୍ତ ବେହେରା, ଆଇଟିଆର୍‌ରେ ଡିଜି ଅପରେଟର ଭାବେ କାର୍ଯ୍ୟ କରୁଥିବା ସଦର ଥାନା ବୁଆଁଳ ଗ୍ରାମର ହେମନ୍ତ କୁମାର ମିସ୍ତ୍ରି, ଆଇଟିଆର୍‌ରେ ମେନ ଗେଟ୍‌ରେ କାର୍ଯ୍ୟ କରୁଥିବା ସଦର ଥାନା ପାଳସିଆ ଗ୍ରାମର ତାପସ ରଞ୍ଜନ ନାୟକ, ଆଇଟିଆର୍‌ରେ ଏସି ଅପରେଟର ଭାବେ କାର୍ଯ୍ୟ କରୁଥିବା ଚାନ୍ଦିପୁର ଥାନା ଶ୍ରୀକୋଣା ଗ୍ରାମର ଏସ୍‌କେ ମୁସାଫିର। ପରେ ୧୬ ତାରିଖରେ ଡିଆର୍‌ଡିଓର ସ୍ଥାୟୀ ଡ୍ରାଇଭର ଉତ୍ତରପ୍ରଦେଶ ଅଞ୍ଚଳର ସଚିନ ଛଥାଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। ଦେଶର ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ଚୋରି ଏବଂ ଏହାର ବିଦେଶୀ ଲିଙ୍କ୍‌ ଥିବା ସମ୍ପର୍କରେ ଆଇବି ଜାଣିବା ପରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ହେଲେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପରେ ଚାର୍ଜଶିଟ୍‌ରେ ଏସମ୍ପର୍କିତ ଆବଶ୍ୟକ କାଗଜାଦି ଦାଖଲ କରି ନ ପାରିବା ଘଟଣା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri