ଗିରଫଦାରି ଭୟରେ ଅଭିଯୁକ୍ତ ଫେରାର: ପାରିବାରିକ ସଂଘର୍ଷ ଘଟଣା…

ହାଟଡିହୀ,୨୪l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ନନ୍ଦିପଦା ଥାନା ଜମ୍ଭରା ଗ୍ରାମରେ ଚଳିତ ମାସ ୭ ତାରିଖ ମଙ୍ଗଳବାର ରାତିରେ ୨ ପରିବାର ମଧ୍ୟରେ ସଂଘର୍ଷ ଘଟଣାରେ ଗିରଫ ଭୟରେ ଅଭିଯୁକ୍ତ ଫେରାର ଅଛନ୍ତି। ଗିରଫ ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଚଢ଼ାଉ ଜାରି ରଖିଛି। ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରିଣୀ ବିନିତା ଲାକ୍ରା କହିଛନ୍ତି।
ଜମିବାଡ଼ି ବିବାଦକୁ ନେଇ ଅନିଲ ବାରିକ ଏବଂ ମାତାଜୀ ବାରିକଙ୍କ ପରିବାର ମଧ୍ୟରେ ସଂଘର୍ଷ ଘଟିଥିଲା। ମାତାଜୀ ବାରିକଙ୍କ ପରିବାର ଲୋକେ ଏବଂ ଅନ୍ୟ ଜିଲାର ତାଙ୍କ ସମ୍ପର୍କୀୟମାନେ ଅନିଲଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଥିଲେ।
ଏଥିରେ ଅନିଲଙ୍କ ସହ ତାଙ୍କ ସ୍ତ୍ରୀ ରମାମଣି, ପୁଅ ସୁଧାଂଶୁ(୧୪) ଏବଂ ଝିଅ ଇପସାଲି (୧୭) ଆହତ ହୋଇଥିଲେ। ରମାମଣି ଗୁରୁତର ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଅନିଲଙ୍କ ଅଭିଯୋଗକ୍ରମେ ଭଦ୍ରକ ଜିଲା ବନ୍ତ ଥାନା କୁମ୍ଭକରାଳ ଗ୍ରାମର ବୃନ୍ଦାବନ ବେହେରା ଏବଂ ଜମ୍ଭରାର ମାତାଜୀ ବାରିକ, କାଳନ୍ଦୀ ବାରିକ, ଦୋଳଗୋବିନ୍ଦ ବାରିକ, ରାମୁ ରଞ୍ଜନ ବାରିକ, ବିଶ୍ୱରଞ୍ଜନ ବାରିକ, ସ୍ମୃତିରଞ୍ଜନ ବାରିକ, ଚନ୍ଦ୍ରଶେଖର ବାରିକ, ଶୁକଦେବ ବାରିକ, ସୁନିତା ବାରିକ, ରମ୍ଭା ବାରିକଙ୍କ ନାମରେ ପୋଲିସ ମାମଲା(ନଂ. ୧୩୯/୨୦୨୬) ରୁଜୁ କରିଥିଲା। ଅନ୍ୟପକ୍ଷରୁ ମାତାଜୀ ବାରିକଙ୍କ ଅଭିଯୋଗ କ୍ରମେ ଏକ ପାଲଟା ମାମଲା (ନଂ. ୧୪୦/୨୦୨୬)ରୁଜୁ ହୋଇଛି। ଅପରପକ୍ଷେ ଗିରଫରୁ ବର୍ତ୍ତିବା ପାଇଁ ମାତାଜୀ ବାରିକଙ୍କ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ଆଗୁଆ ଜାମିନ ଆବେଦନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?