ସ୍ବାସ୍ଥ୍ୟକର୍ମୀଙ୍କୁ ହତ୍ୟା ଅଭିଯୋଗ

ଧାମନଗର,୧୭।୯(ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ରାଧାବଲ୍ଲଭପୁର ପଞ୍ଚାୟତ ବନ୍ଧଟିଆ ସ୍ବାସ୍ଥ୍ୟ ଉପକେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟକର୍ମୀ ବସନ୍ତ ସାହୁ (୪୦)ଙ୍କ ମୃତଦେହ ଶନିବାର ସକାଳେ ଏକ ପୋଖରୀ ହୁଡ଼ାରୁ ପୋଲିସ ଜବତ କରିଛି। ମୃତ ବସନ୍ତଙ୍କ ଘର ଏହି ବ୍ଲକର ଗୋବିନ୍ଦପୁର ଗ୍ରାମରେ। ତାଙ୍କ ସାନଭାଇଙ୍କୁ ହତ୍ୟା କରାଯାଇଥିବା ନେଇ ମୃତ ବସନ୍ତଙ୍କ ବଡ଼ଭାଇ ସନ୍ତୋଷ ସାହୁ ଧାମନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିବା ସହ ବାଲେଶ୍ୱରରୁ ସନ୍ଧାନୀ କୁକୁର ଓ ସାଇଣ୍ଟଫିକ ଟିମ୍‌ ଆସି ତଦନ୍ତ କରିଛି। ଅସୁରାଳି ଅଞ୍ଚଳର ଜଣେ ମହିଳାଙ୍କ ସହ ବସନ୍ତଙ୍କ ସମ୍ପର୍କକୁ ନେଇ ଏପରି ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସନ୍ତୋଷ ଏତଲାରେ ଦର୍ଶାଇଛନ୍ତି ଯେ, ଉକ୍ତ ମହିଳାଙ୍କ ସ୍ବାମୀ ଓ ବସନ୍ତଙ୍କ ମଧ୍ୟରେ ପୂର୍ବରୁ ବହୁବାର ପାଟିଗୋଳ ହୋଇଥିଲା। ପରେ ଭଦ୍ରବ୍ୟକ୍ତିଙ୍କ ମାଧ୍ୟମରେ ସମାଧାନ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶୁକ୍ରବାର ଘଟଣାର ସମାଧାନ ପାଇଁ ବସନ୍ତ ଯାଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ତାଙ୍କୁ ପାଇ ନ ଥିଲେ। ଶନିବାର ବସନ୍ତଙ୍କ ବାଇକ୍‌ ଓ ପାଣି ବୋତଲ ମୁସ୍ତାଫାପୁରସ୍ଥିତ ଏଏନ୍‌ଏମ୍‌ ସେଣ୍ଟର ସାମ୍ନାରେ ଥିବା ଦେଖି ଏଏନ୍‌ଏମ୍‌ ଦିଦି ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ଖୋଜାଖୋଜି କରି ଧାମନଗର କଲେଜ ନିକଟସ୍ଥ ଜରାନିବାସ ସମ୍ମୁଖ ରାଣୀପୋଖରୀ ହୁଡ଼ାଠାରେ ବସନ୍ତଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୪୩୮/୨୩) ରୁଜୁ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇବା ସହ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ଅପରପକ୍ଷେ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଗୋବିନ୍ଦପୁର ଗ୍ରାମର ଶତାଧିକ ଲୋକ ଶନିବାର ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ଏସ୍‌ଡିପିଓ ବିଜୟକୃଷ୍ଣ ମହାପାତ୍ର ଘଟଣାର ତଦନ୍ତ ଜାରି ରହିଛି ଏବଂ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri