ସ୍ବାସ୍ଥ୍ୟକର୍ମୀଙ୍କୁ ହତ୍ୟା ଅଭିଯୋଗ

ଧାମନଗର,୧୭।୯(ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ରାଧାବଲ୍ଲଭପୁର ପଞ୍ଚାୟତ ବନ୍ଧଟିଆ ସ୍ବାସ୍ଥ୍ୟ ଉପକେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟକର୍ମୀ ବସନ୍ତ ସାହୁ (୪୦)ଙ୍କ ମୃତଦେହ ଶନିବାର ସକାଳେ ଏକ ପୋଖରୀ ହୁଡ଼ାରୁ ପୋଲିସ ଜବତ କରିଛି। ମୃତ ବସନ୍ତଙ୍କ ଘର ଏହି ବ୍ଲକର ଗୋବିନ୍ଦପୁର ଗ୍ରାମରେ। ତାଙ୍କ ସାନଭାଇଙ୍କୁ ହତ୍ୟା କରାଯାଇଥିବା ନେଇ ମୃତ ବସନ୍ତଙ୍କ ବଡ଼ଭାଇ ସନ୍ତୋଷ ସାହୁ ଧାମନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିବା ସହ ବାଲେଶ୍ୱରରୁ ସନ୍ଧାନୀ କୁକୁର ଓ ସାଇଣ୍ଟଫିକ ଟିମ୍‌ ଆସି ତଦନ୍ତ କରିଛି। ଅସୁରାଳି ଅଞ୍ଚଳର ଜଣେ ମହିଳାଙ୍କ ସହ ବସନ୍ତଙ୍କ ସମ୍ପର୍କକୁ ନେଇ ଏପରି ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସନ୍ତୋଷ ଏତଲାରେ ଦର୍ଶାଇଛନ୍ତି ଯେ, ଉକ୍ତ ମହିଳାଙ୍କ ସ୍ବାମୀ ଓ ବସନ୍ତଙ୍କ ମଧ୍ୟରେ ପୂର୍ବରୁ ବହୁବାର ପାଟିଗୋଳ ହୋଇଥିଲା। ପରେ ଭଦ୍ରବ୍ୟକ୍ତିଙ୍କ ମାଧ୍ୟମରେ ସମାଧାନ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶୁକ୍ରବାର ଘଟଣାର ସମାଧାନ ପାଇଁ ବସନ୍ତ ଯାଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ତାଙ୍କୁ ପାଇ ନ ଥିଲେ। ଶନିବାର ବସନ୍ତଙ୍କ ବାଇକ୍‌ ଓ ପାଣି ବୋତଲ ମୁସ୍ତାଫାପୁରସ୍ଥିତ ଏଏନ୍‌ଏମ୍‌ ସେଣ୍ଟର ସାମ୍ନାରେ ଥିବା ଦେଖି ଏଏନ୍‌ଏମ୍‌ ଦିଦି ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ଖୋଜାଖୋଜି କରି ଧାମନଗର କଲେଜ ନିକଟସ୍ଥ ଜରାନିବାସ ସମ୍ମୁଖ ରାଣୀପୋଖରୀ ହୁଡ଼ାଠାରେ ବସନ୍ତଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୪୩୮/୨୩) ରୁଜୁ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇବା ସହ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ଅପରପକ୍ଷେ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଗୋବିନ୍ଦପୁର ଗ୍ରାମର ଶତାଧିକ ଲୋକ ଶନିବାର ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ଏସ୍‌ଡିପିଓ ବିଜୟକୃଷ୍ଣ ମହାପାତ୍ର ଘଟଣାର ତଦନ୍ତ ଜାରି ରହିଛି ଏବଂ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri